Masthead

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୭ ମାଓବାଦୀ

ମାଲକାନଗିରି  (ବଡ଼ ଖବର ବ୍ୟୁରୋ): ମାଲକାନଗିରି ସୀମାନ୍ତରେ ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ମାଓବାଦୀ ନିହତ । ଆନ୍ଧ୍ରପ୍ରଦେଶ ଆଲୁରୀ ସୀତାରାମ ରାଜୁ ଜିଲ୍ଲାର ମାରେଡିମିଲ୍ଲୀ ଜଙ୍ଗଲରେ ଏହି ଏନକାଉଣ୍ଟର ହୋଇଛି । ତେବେ ମୃତ ମାଓବାଦୀଙ୍କ ମଧ୍ୟରେ ୩ ଜଣ ମହିଳା ଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ମଙ୍ଗଳବାର ଆନ୍ଧ୍ରପ୍ରଦେଶର ଆଲୁରୀ ସୀତାରାମ ରାଜୁ ଜିଲ୍ଲାର ମାରେଡମିଲ୍ଲୀ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ ।

ଦୀର୍ଘ ସମୟ ଧରି ଚାଲିଥିବା ଏନକାଉଣ୍ଟରରେ ଟପ୍ ମାଓନେତା ହିଡ୍ମା ସମେତ ୬ ମାଓବାଦୀ ନିହତ ହୋଇଥିଲେ। ହିଡ୍ମାର ନିହତ ପରେ ମଧ୍ୟ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଚାଲିଥିଲା ସର୍ଚ୍ଚ ଅପରେସନ । ଏହି ସର୍ଚ୍ଚ ଅପରେସନରେ ବୁଧବାର ଦିନ ପୁଣି ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ଜଣ ମାଓବାଦୀ ନିହତ ହୋଇଛନ୍ତି । ନିହତ ମାଓବାଦୀଙ୍କ ମଧ୍ୟରେ ତିନି ଜଣ ମହିଳା ଥିବା ଜଣାପଡିଛି । ବର୍ତ୍ତମାନ ସୁଦ୍ଧ ନିହତ ମାଓବାଦୀଙ୍କ ପରିଚୟ ମିଳିନଥିବା ବେଳେ ଏବେବି ଆନ୍ଧ୍ର ପ୍ରଦେଶର ଗ୍ରେହାଉଣ୍ଟ ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ