ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗଜପତି ମହାରାଜା ଅଧ୍ୟକ୍ଷତାରେ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଓ ଏସ୍‌ପି ରହିବେ ଉପସ୍ଥିତ । ପରିଚାଳନା କମିଟିର ସମସ୍ତ ସଦସ୍ୟଙ୍କ ସହ ବରିଷ୍ଠ ଅଧିକାରୀ ରହିବେ ଉପସ୍ଥିତ । ମହାପ୍ରଭୁଙ୍କ ରତ୍ନ ଭଣ୍ଡାର ଗଣତି ମଣତି ନେଇ ହେବ ବିସ୍ତୃତ ଆଲୋଚନା । ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ ନେଇ ହେବ ଆଲୋଚନା ।

ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର କରାଯାଇଛି । ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ଉପରେ ହେବ ଆଲୋଚନା । ନାଟମଣ୍ଡପରେ ଦର୍ଶନ ପାଇଁ କାଠ ରାମ୍ପକୁ ଦେଖିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ପରିଚାଳନା କମିଟିର ସଦସ୍ୟ । ଶ୍ରୀମନ୍ଦିର ସୁରକ୍ଷା ନେଇ ମଧ୍ୟ ହେବ ଆଲୋଚନା । ପ୍ରକଳ୍ପ ସାଂସ୍କୃତିକ ଏବଂ ବୈଷୟିକ ସବକମିଟିର ବିବରଣୀ ଉପରେ ହେବ ଆଲୋଚନା । ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ହେବ ଆଲୋଚନା ।

ଗୁଣ୍ଡିଚା ମନ୍ଦିରର ଉନ୍ନତିକରଣ, ଶ୍ରୀମନ୍ଦିର ଆଦର୍ଶ ଗୁରୁକୂଳ ନିର୍ମାଣ, ରଘୁନନ୍ଦନ ଲାଇବ୍ରେରୀ ନିର୍ମାଣ, ଶ୍ରୀମନ୍ଦିର ସେବକ ବାସଗୃହ, ଶ୍ରୀମନ୍ଦିର ୭୫ ମିଟର ଜୋନ୍ ବାହାରେ ଅନ୍ନ କ୍ଷେତ୍ର ନିର୍ମାଣ, ହୋମଯଜ୍ଞ ପ୍ରକଳ୍ପ, ନାମଯଜ୍ଞ ପ୍ରକଳ୍ପ, ଜଗନ୍ନାଥ ବଲ୍ଲଭ ପିଲଗ୍ରୀମ୍ ସେଣ୍ଟର କାର୍ୟ୍ୟର ଅଗ୍ରଗତି ଉପରେ ହେବ ଆଲୋଚନା । ମହାପ୍ରଭୁଙ୍କ ଜମିଜମା ସମସ୍ୟା ଉପରେ ମଧ୍ୟ ହେବ ଆଲୋଚନା । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧକ୍ଷତାରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ୱିତୀୟ ବୈଠକ । ଦିନ ୧୧ଟା ସମୟରେ ଏହି ବୈଠକ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ