Masthead

ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା । ପୁଣି ରିମାଣ୍ଡରେ ଗଲେ ଅଭିଯୁକ୍ତ । ଉମା ବିଷୋୟୀ, କୁରୁପତି ଭୂୟାଁ, ଯୋଗେନ୍ଦ୍ର ରିମାଣ୍ଡରେ ଗଲେ । ୨ ଦିନିଆ ରିମାଣ୍ଡରେ ଗଲେ ୪ ଅଭିଯୁକ୍ତ । ସମସ୍ତ ଅଭିଯୁକ୍ତଙ୍କୁ ମୁହାଁମୁହିଁ ଜେରା କରି ପୁଲିସ ସତ ଉଗାରିବ। ଏହା ପୂର୍ବରୁ ୫ଜଣ ସାକ୍ଷୀ ଦୁଇଟି ପର୍ଯ୍ୟାୟରେ ମୋଟ ୮ ଅଭିଯୁକ୍ତଙ୍କୁ ଚିହ୍ନଟ କରିବା ପାଇଁ ଟିଆଇ ପରେଡ଼ ପ୍ରକ୍ରିୟା ହୋଇଥିଲା। ଗୁରୁବାର ଟିଆଇ ପରେଡ ରିପୋର୍ଟ ଆସିଥିଲା। ସାକ୍ଷୀମାନେ ୮ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ କେବଳ ସୁଟର କୁରୂପତି ଭୂୟାଁ ଓ ଚିଣ୍ଟୁ ପ୍ରଧାନକୁ ଚିହ୍ନଟ କରିଥିଲେ।

ଏହି ଟିଆଇ ପରେଡ ରିପୋର୍ଟ ଏସଡିଜେଏମଙ୍କ କୋର୍ଟରେ ଦାଖଲ କରାଯାଇଛି।ବ୍ରହ୍ମପୁର ଜେଲରେ ପ୍ରଥମ ପର୍ୟ୍ୟାୟରେ ୫ ଅଭିଯୁକ୍ତ ଯଥା ଶିଶୁପାଳ କୁମାର ପାଷ୍ଠାନ, ସୀମାଞ୍ଚଳ ନାୟକ, କୁନ୍ଦନ କୁମାର, ବିପିନ ସ୍ଵାଇଁ ଓ ଉମା ଶଙ୍କର ବିଶୋୟୀଙ୍କୁ ଚିହ୍ନଟ କରିବା ପାଇଁ ଦୁଇଜଣ ସାକ୍ଷୀଙ୍କୁ ଟିଆଇ ପରେଡରେ ସାମିଲ କରାଯାଇଥିଲା । ସେହିପରି ଦ୍ଵିତୀୟ ପର୍ୟ୍ୟାୟରେ କୁରୁପତି ଭୂୟାଁ, ଚିଣ୍ଟୁ ପ୍ରଧାନ ଓ ଯୋଗେନ୍ଦ୍ର ରାଉତ ଓରଫ ଯୋଗୀଙ୍କ ଟିଆଇ ପରେଡ ହୋଇଥିଲା । ପ୍ରଥମ ପର୍ଯ୍ୟାୟ ଟିଆଇ ପରେଡ଼ରେ ସାକ୍ଷୀମାନେ କାହାରିକୁ ଚିହ୍ନଟ କରିପାରି ନଥିବା ବେଳେ ଦ୍ଵିତୀୟ ପର୍ଯ୍ୟାୟରେ ହୋଇଥିବା ଟିଆଇ ପରେଡ଼ରେ ଚିଣ୍ଟୁ ପ୍ରଧାନ ଓ କରୁପତି ଭୂୟାଁଙ୍କୁ ଚିହ୍ନଟ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ