ସୋମବାର ବସିବ ମୁଖ୍ୟମନ୍ତ୍ରୀଙ୍କ ଜନତା ଦରବାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୋମବାର ବସିବ ମୁଖ୍ୟମନ୍ତ୍ରୀଙ୍କ ଜନତା ଦରବାର। ନଭେମ୍ବର ୨୪ରେମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ୟୁନିଟ୍-୨ ଅଶୋକ ନଗର ଭୁବନେଶ୍ବର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ପୂର୍ବାହ୍ନ ୧୧ ଘଟିକାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଚାଲିଛି।

ସର୍ବାଧିକ ଏକ ହଜାର ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ। ଲୋକମାନେ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ।  ଗତ ସେପ୍ଟେମ୍ବର ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ କରିଥିଲେ, ଏହି ଶୁଣାଣି ସେମାନଙ୍କ ପାଇଁ ଉଦ୍ଦିଷ୍ଟ । ସେମାନଙ୍କୁ ଆଉ ପୁନଃ ପଞ୍ଜୀକରଣର ଆବଶ୍ୟକତା ନାହିଁ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଅଭିଯୋଗ ଶୁଣାଣି ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’