Masthead

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ମାଲାକ୍କା ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ଲଘୁଚାପ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ଗତି କରି ଆଜି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଅବପାତରେ ପରିଣତ ହୋଇପାରେ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଆହୁରି ଆଗକୁ ବଢ଼ିବା ସହ ପରବର୍ତ୍ତୀ ୪୮ ଘଣ୍ଟା ଅର୍ଥାତ୍ ୨୬ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଏକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ତେବେ ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ ନେଇ ଆକଳନ ଚାଲିଥିବାବେଳେ ଏଥିଯୋଗୁ ରାଜ୍ୟରେ ପ୍ରବଳ ବର୍ଷା ଓ ପବନ ହେବ ବୋଲି ପାଣିପାଗ ବିଭାଗ କହିଛି।

ଆଇଏମ୍‌ଡିର ସୂଚନା ଅନୁଯାୟୀ, ମଲାକ୍କା ଷ୍ଟ୍ରେଟ୍‌ ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ରବିବାର ଏକ ସୁଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ସୋମବାର ବେଳକୁ ଏହା ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାଶର୍‌ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆହୁରି ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି।

ତେବେ ବାତ୍ୟାରେ ପରିଣତ ହେବା ପରେ ଏହା କେଉଁ ଆଡକୁ ମୁହାଁଇବ ଏବଂ ଏହାର ଦିଗ କ’ଣ ରହିବ ସେ ନେଇ ଚିତ୍ର ସ୍ପଷ୍ଟ ହୋଇନାହିଁ। ଅପରପକ୍ଷେ ସମ୍ଭାବ୍ୟ ବାତ୍ୟାକୁ ନେଇ ଆକଳନ କରୁଥିବା ବିଭିନ୍ନ ମଡେଲ ଅନୁଯାୟୀ, ୨୫ତାରିଖ ସନ୍ଧ୍ୟାରୁ ଉପକୂଳ ଅଞ୍ଚଳରେ ପବନର ବେଗ ବଢିବ। ଘଣ୍ଟାପ୍ରତି ବେଗ ୫୦ରୁ ୬୦ କି.ମି. ରହିବ। ସେହିପରି ୨୬ ତାରିଖ ସକାଳୁ ପବନର ବେଗ ୬୦ରୁ ୭୦ କି.ମି.ରେ ରହି ସର୍ବାଧିକ ୮୦ କି.ମି. ହେବ। ୨୭ ତାରିଖ ସକାଳୁ ପବନର ବେଗ ସର୍ବାଧିକ ୧୦୦ କି.ମି. ରହିପାରେ ବୋଲି ଆକଳନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି