ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ୨୭ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଅବପାତ ହେବ । ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୭ ତାରିଖରେ ଦକ୍ଷିଣ ବଙ୍ଗୋପସାଗର ଉପରେ ବାତ୍ୟା ରୂପ ନେବ । ଏହା ଉତ୍ତର- ପୂର୍ବ ଦିଗରେ ଗତି କରି ବାଂଲାଦେଶ ଆଡ଼କୁ ଯିବ । ସମୁଦ୍ର ଭିତରେ ବାତ୍ୟା ସୃଷ୍ଟି ହୋଇ ସମୁଦ୍ର ଭିତରେ ହିଁ ଦୁର୍ବଳ ହୋଇଯିବ । ୨ ବା ୩ ତାରିଖରେ ବାଂଲାଦେଶରେ ପହଞ୍ଚିବା ବେଳକୁ ଏହା ସମ୍ପୂର୍ଣ୍ଣ ଦୁର୍ବଳ ହୋଇ ସାରିଥିବ ।

ଓଡ଼ିଶା ଉପରେ ପ୍ରଭାବ ନେଇ ହୋଇନି ସ୍ପଷ୍ଟ । ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସୃଷ୍ଟି ପାଇଁ ପାଗ ଅନୁକୂଳ ହେଉଥିବା ବେଳେ ମାଲେସିଆ ଓ ସଂଲଗ୍ନ ମାଲାକ୍ସ ପ୍ରଣାଳୀ ଉପରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତାରେ ରହିଛି ଏହା ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ ଘନୀଭୂତ ହୋଇ ୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ବୋଲି ଆଉଏମ୍‌ଡି ପକ୍ଷରୁ କୁହାଯାଇଛି ।

ରାଜ୍ୟରେ ଶୀତ ହାଲ୍‌କା କମିଥିବା ବେଳେ ଆସନ୍ତା ୫ ଦିନ ପାଗରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ପରବର୍ତ୍ତୀ ୨ ଦିନରେ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ତାପମାତ୍ରା କମିବ ଏବଂ ପୁଣି ରାଜ୍ୟରେ ଥଣ୍ଡା ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ