Masthead

ଉପସଭାପତି ପଦରୁ ଦେବାଶିଷଙ୍କ ଇସ୍ତଫା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେଡିକୁ ବଡ଼ ଝଟକା । ପଦ ଛାଡିଲେ ସାଂସଦ ଦେବାଶିଷ ସାମନ୍ତରାୟ। ବିଜେଡିର ସିନିୟର ସିଟିଜେନ୍‌ ସେଲ୍‌ ଉପସଭାପତି ପଦରୁ ଦେବାଶିଷ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଦେବାଶିଷ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ପୂର୍ବରୁ ଦଳ ଉପରେ ଅସନ୍ତୋଷ ଥିଲେ। ଏବେ ଚର୍ଚ୍ଚା ହେଉଛି ଦେବାଶିଷଙ୍କ ଗତି କେଉଁଆଡେ ରହିବ। ତେବେ ଗୁରୁତ୍ୱ ଦେଉନଥିବାରୁ ପଦବୀ ଛାଡ଼ିଥିବା ଇସ୍ତଫାପତ୍ରରେ ଦେବାଶିଷ ଉଲ୍ଲେଖ କରିଛନ୍ତି । ବିଜୁ ବାବୁଙ୍କ ଆଦର୍ଶରେ ଆଉ ଦଳ ଚାଲୁନଥିବା ଚିଠିରେ ଦର୍ଶାଇଛନ୍ତି ଦେବାଶିଷ।

ନବୀନଙ୍କୁ ଲେଖଥିବା ଚିଠିରେ ଦେବାଶିଷ ସାମନ୍ତରାୟ କହିଛନ୍ତି, ଦଳର ପୁନର୍ଗଠନ ବେଳେ ତାଙ୍କୁ ସିନିୟର ସିଟିଜେନ୍ ସେଲର ଉପସଭାପତି ପଦ ଦିଆଯାଇଥିଲା । ହେଲେ ଏହି ଉପସଭାପତି ପଦର ରାଙ୍କ କଣ ସେ ଜାଣିପାରୁନଥିବା କହିଛନ୍ତି । ଏଭଳି ପଦ ଦିଆଯାଇ ତାଙ୍କୁ ଅପମାନିତ କରାଯାଇଥିବା ମଧ୍ୟ ଏହି ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଦେବାଶିଷ ସାମନ୍ତରାୟ ।ଅନ୍ୟପଟେ ବିଜେଡି ସମ୍ପର୍କରେ ଏହି ଚିଠିରେ ଦେବାଶିଷ ଲେଖିଛନ୍ତି ଯେ, ବିଜେଡି ଗୋଟିଏ ନୂଆ ଚିନ୍ତାଧାରା ସହ ଆଗକୁ ବଢ଼ୁଛି । ଯାହାକୁ ନେଇ ସେ ନିରାଶ ଅଛନ୍ତି । ତେବେ ନବୀନ ହିଁ ହଜାର ହଜାର କର୍ମୀଙ୍କ ପାଇଁ ଏକମାତ୍ର ଆଶା ବୋଲି କହିଛନ୍ତି ଦେବାଶିଷ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼