Masthead

ଆଜିଠୁ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ବିଧାନସଭା ଶୀତକାଳୀନ ଅଧିବେଶନ। କମ୍ପିବ ଗୃହ ।  ମୁହାଁମୁହିଁ ହେବେ ଶାସକ-ବିରୋଧୀ ।  ସରକାରଙ୍କୁ ଘେରିବାକୁ ବିଭିନ୍ନ ରଣନୀତି ପ୍ରସ୍ତୁତ କରିଛନ୍ତି ବିରୋଧୀ ।  କାଉଣ୍ଟର ପାଇଁ ପୁରା ତୟାର ଶାସକ ଦଳ। ବିଧାନସଭା ଶୀତ ଅଧିବେଶନ ପୂର୍ବରୁ ତିନି ପ୍ରମୁଖ ଦଳର ବିଧାୟକ ଦଳ ବୈଠକ ବସି ରଣନୀତି ଚୂଡାନ୍ତ ହୋଇଛି ।  ଆଇନଶୃଙ୍ଖଳା, ନାରୀ ନିର୍ଯ୍ୟତନା, ସାଂପ୍ରଦାୟିକ ଉତ୍ତେଜନା, ଚାଷୀଙ୍କ ସମସ୍ୟା, ନିଯୁକ୍ତି ସ୍କାମ ଆଦି ବିଭିନ୍ନ ପ୍ରସଙ୍ଗ ଉଠାଇବାକୁ ନିଷ୍ପତ୍ତି ନେଇଛି ବିଜେଡି । ରାଜ୍ୟରେ ନାରୀ ନିର୍ଯାତନା ପ୍ରସଙ୍ଗକୁ ମୁଖ୍ୟ ଅସ୍ତ୍ର କରିବ କଂଗ୍ରେସ । ବିଧାନସଭାର ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହେଉଛି। ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍‌ ୨୯ଟି କାର୍ୟ୍ୟଦିବସ ରହିଛି। ଗୁରୁବାର ପୂର୍ବାହ୍ଣରେ ଗୃହକାର୍ୟ୍ୟ ଆରମ୍ଭ ହୋଇ ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆସିବ। ପରେ ଗୃହ ମୁଲତବୀ ରହିବ। ଅପରାହ୍ଣରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧିତ କରିବେ।

ଅଧିବେଶନର ଦ୍ବିତୀୟ ଦିବସରେ ଅର୍ଥାତ ୨୮ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ ହେବ। ବଜେଟ ଖର୍ଚ୍ଚ ଦାବି ଉପରେ ଆଲୋଚନା ହୋଇ ୮ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ। ପ୍ରତି ବର୍ଷ ବିଧାନସଭା ଅଧିବେଶନ ୬୦ ଦିନ ବସିବାର ନିୟମ ରହିଛି। ପୂର୍ବ ଦୁଇଟି ଅଧିବେଶନରେ ଗୃହ ୩୧ ଦିନ ଚାଲିସାରିଛି। ତେଣୁ ବ୍ୟବସ୍ଥା ଅନୁଯାୟୀ ଶୀତ ଅଧିବେଶନରେ ୨୯ ଦିନିଆ କ୍ୟାଲେଣ୍ଡର୍ କରାଯାଇଛି। କିନ୍ତୁ ଅତିରିକ୍ତ ବଜେଟ୍ ଗୃହୀତ ହେଲା ପରେ କେତେଦିନ ଗୃହ ଚାଲିବ, ତାହା ଉପରେ ସମସ୍ତଙ୍କର ନଜର ରହିବ। ଗତ ବର୍ଷ ମଧ୍ୟ ୧୬ ଦିନ ଆଗରୁ କୌଣସି ସରକାରୀ କାର୍ୟ୍ୟ ନଥିବା ଦର୍ଶାଇ ଶୀତ ଅଧିବେଶନକୁ ସାରିଦିଆଯାଇଥିଲା।

ଶୀତ ଅଧିବେଶନକୁ ସୁରୁଖୁରୁରେ ପରିଚାଳିତ କରିବା ପାଇଁ ବାଚସ୍ପତି ସୁରମା ପାଢ଼ୀ ଆଜି ସର୍ବଦଳୀୟ ବୈଠକ ଡାକିଥିଲେ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଶାସକ ଦଳର ମୁଖ୍ୟ ସଚେତକ ସରୋଜ ପ୍ରଧାନ, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର, ବିଜେଡି ବିଧାୟକ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ଉପସ୍ଥିତ ଥିଲେ। ଗୃହ କାର୍ୟ୍ୟରେ ସହଯୋଗ କରିବା ପାଇଁ ବାଚସ୍ପତି ସମସ୍ତଙ୍କର ସହଯୋଗ ଲୋଡ଼ିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ