Masthead

କମିଛି ଶୀତ, ବଢ଼ିଛି କୁହୁଡ଼ି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କମିଛି ଶୀତ, ବଢ଼ିଛି କୁହୁଡ଼ି। ଆସନ୍ତା ୩ ଦିନ ଯାଏ ବଢିବ ଥଣ୍ଡା। ୨ରୁ ୪ ଡିଗ୍ରୀ କମିପାରେ ରାତି ତାପମାତ୍ରା। ୫ଟି ଜିଲ୍ଲାକୁ ଘନ କୁହୁଡ଼ି ଆଲର୍ଟ। ମଙ୍ଗଳବାର ରାଜ୍ୟର ୧୦ଟି ଜିଲ୍ଲାର ତାପମାତ୍ରା ୧୭ ଡିଗ୍ରୀ ଉପରେ ରହିଛି । ରାତି ତାପମାତ୍ରା ବଢ଼ିବା ଯୋଗୁ ଏହି ସବୁ ସ୍ଥାନରେ ଥଣ୍ଡାର ପ୍ରକୋପ କମିଯାଇଛି। ପୁରୀରେ ସର୍ବାଧିକ ୨୦.୮ ଡିଗ୍ରୀ ରେକର୍ଡ ହୋଇଛି। ଆସନ୍ତା ୩ ଦିନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।  ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସହିତ ଘନ କୁହୁଡ଼ି ନେଇ ପାଣିପାଗ ବିଭାଗ ଆକଳନ କରିଛି ।

ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରାୟ ୧ରୁ ୪ ଡିଗ୍ରି ସେଲ୍‌ସିୟସ୍‌ ବୃଦ୍ଧି ପାଇଛି ।  ଓଡ଼ିଶାର ଅନ୍ୟ‌ କୌଣସି ଜିଲ୍ଲାରେ ‌ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ଘଟିନାହିଁ। ଆଜି ରାତିଠାରୁ ରାଜ୍ୟରେ ରାତି ପାରଦ ସ୍ତର ନିମ୍ନଗାମୀ ହୋଇପାରେ । ଆସନ୍ତା ୩ ଦିନରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ କମିପାରେ ।

ଫଳରେ ରାଜ୍ୟକୁ ପୁଣି ଶୀତ ପ୍ରତ୍ୟାବର୍ତ୍ତନ କରିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅନ୍ୟପଟେ ରାଜଧାନୀ ଭୁବନେଶ୍ବରର ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରିକୁ ବୃଦ୍ଧି ପାଇଥିବା ବେଳେ କଟକର ରହିଛି ୧୭.୬ ଡିଗ୍ରି। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖାପାଖ ଅଞ୍ଚଳର ପାଗ ମେଘୁଆ ରହିପାରେ  ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି