କାଲୁଆ ପବନ କରିବ କଲବଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ଅସମ୍ଭାଳ ଶୀତ । କାଲୁଆ ପବନ କଲବଲ କରିବ ।  ଶୀତ ଥରିବ ପୂରା ଓଡ଼ିଶା । ପାଣିପାଗ ବିଭାଗ (ଆଇଏମଡି) ଏହି ଆକଳନ କରିଛି । ରବିବାର ରାଉରକେଲା ଓ ଝାରସୁଗୁଡ଼ାରେ ପାରଦ ୯ ଡିଗ୍ରୀ ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି । ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ । ଶୁକ୍ରବାର ଜି.ଉଦୟଗିରିରେ ରାତି ତାପମାତ୍ରା ସବୁଠୁ କମ୍ ରହିଥିଲା । ଏଠାରେ ପାରଦ ୫.୬ ଡିଗ୍ରୀ ରହିଥିଲା । ଘନ କୁହୁଡ଼ି ଯୋଗୁ ଫୁଲବାଣୀରେ ଦୃଶ୍ୟମାନ ଦୂରତା ୫୦ ମିଟରରୁ କମ୍ ରହିଥିଲା । କୋରାପୁଟ ଓ ଫୁଲବାଣୀରେ ୧୦୦ ମିଟରରୁ କମ୍ ରହିଥିଲା ।

ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୮ଡିଗ୍ରୀ, ରାଉରକେଲାରେ ୮.୧, ଫୁଲବାଣୀରେ ୮.୫, କେନ୍ଦୁଝରରେ ୯.୪, ଅନୁଗୁଳରେ ୯.୮, ଭବାନୀପାଟଣାରେ ୧୦.୮, ସୁନ୍ଦରଗଡ଼ରେ ୧୦.୬, ବୌଦ୍ଧ ଓ ଢେଙ୍କାନାଳରେ ୧୧.୯, କଟକ ଓ ସୋନପୁରରେ ୧୨.୪, ଭୁବନେଶ୍ୱର ଓ ନବରଙ୍ଗପୁରରେ ୧୩, ବାଲେଶ୍ୱରରେ ୧୩.୧, ଟିଟିଲାଗଡ଼ ଓ ମାଲକାନଗିରିରେ ୧୩.୫ ଡିଗ୍ରୀ ରେକର୍ଡ ହୋଇଛି । ଅନୁଗୁଳ ଓ ଝାରସୁଗୁଡ଼ାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୪.୯ ଡିଗ୍ରୀ କମ୍ ରେକର୍ଡ ହୋଇଥିଲା । ଭୁବନେଶ୍ୱରରେ ସ୍ୱାଭାବିକଠାରୁ ୩.୨ଡିଗ୍ରୀ, ବାଲେଶ୍ୱର ଓ କୋରାପୁଟରେ ୨.୬ ଡିଗ୍ରୀ, ଗୋପାଳପୁରରେ ୧.୭ ଡିଗ୍ରୀ କମ୍ ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ