Masthead

‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଅଭିଯୋଗର ୯୧% ସମାଧାନ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ୧୩,୩୫୮ଟି ଅଭିଯୋଗ ଆସିଛି । ଯେଉଁଥିରୁ ୧୨, ୪୩୨ ଅଭିଯୋଗର ସମାଧାନ ହୋଇ ସାରିଛି ବୋଲି ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ସ୍ଥାନରେ ଉତ୍ତର ରଖି ତଥ୍ୟ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ମୋଟ୍ ୧୩,୩୫୮ଟି ଅଭିଯୋଗ ଆସିଛି ।

ଯେଉଁଥିରୁ ୧୨, ୪୩୨ ଅଭିଯୋଗର ସମାଧାନ ହୋଇ ସାରିଛି । ଜିଲ୍ଲା, ଉପଖଣ୍ଡ ଓ ତହସିଲ ସ୍ତରରେ ବି ପ୍ରତି ସୋମବାର ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଚାଲୁଛି । ମୁଖ୍ୟ ଶାସନ ସଚିବ ଓ ବିଭିନ୍ନ ନିର୍ଦ୍ଦେଶାଳୟ ସହ ଅନଲାଇନ ପୋର୍ଟାଲ ମାଧ୍ୟମରେ ବି ଅଭିଯୋଗ ରେଜିଷ୍ଟ୍ରେସନ କରାଯାଉଛି । ପୂର୍ବରୁ ୨୦୦୮ରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିଥିଲେ ବି ପୂର୍ବ ସରକାର ସମୟରେ ଏହା ହେଉ ନ ଥିଲା । ସେ ଆହୁରି କହିଛନ୍ତି, ” ୧୪ ଲକ୍ଷ ୪୧ ହଜାର ୮୩୨ଟି ଅଭିଯୋଗ ଜନଶୁଣାଣି ପୋର୍ଟାଲରେ ରେଜିଷ୍ଟ୍ରେସନ ହୋଇଛି ।

ଏଥିରୁ ୧୩ ଲକ୍ଷ ୭ ହଜାର ୨୫୩ଟି ଅଭିଯୋଗର ସମାଧାନ ହୋଇଛି । ବାକି ଥିବା ୧ ଲକ୍ଷ ୩୪ ହଜାର ୫୭୯ଟି ଅଭିଯୋଗ ମଧ୍ୟରୁ ଅଧିକାଂଶ ଜଟିଳ ଅଛି ।  ଏହାର ସମାଧାନ ପାଇଁ ବିଭିନ୍ନ ଦିଗ ଉପରେ ବିଚାର ଚାଲିଛି । ପୂର୍ବରୁ ଅଫିସର ରାଜ ଚାଲୁଥିବାରୁ ଗ୍ରାଉଣ୍ଡ ସ୍ତରରେ ବ୍ଲକକୁ ଆସୁଥିବା ଲୋକଙ୍କ ଅଭିଯୋଗ ସମାଧାନ ହେଉ ନ ଥିଲା । ତେଣୁ ସେଗୁଡିକ ସମାଧାନ ପାଇଁ କଣ ପଦକ୍ଷେପ ନିଆ ଯାଇଛି ଓ କିଛି ସମୟ ସୀମା ନିର୍ଦ୍ଧାରିତ ଅଛି କି ବୋଲି ପ୍ରଶ୍ନ କରିଥିଲେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ । ଯାହାର ଉତ୍ତର ରଖିଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି