Masthead

ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା । କିଛି ସ୍ଥାନରେ ରାତି ତାପମାତ୍ରା କମିବା ସହ ଅଧିକ ଥଣ୍ଡା ଅନୁଭୂତ ହେବ । ୧୦ରୁ ଅଧିକ ସହରରେ ପାରଦ ୧୦ ଡିଗ୍ରୀ ତଳେ ରହିପାରେ । ଥଣ୍ଡାକୁ ନେଇ ପାଣିପାଗ ବିଭାଗ ଏଭଳି ଆକଳନ କରିଛି । ୧୨ ତାରିଖ ଯାଏ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ଶୀତ ଲହରି ଜାରି ରହିବ ବୋଲି କୁହାଯାଇଛି । ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କନ୍ଧମାଳ ଓ ଝାରସୁଗୁଡ଼ାରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ ବୋଲି ପୂର୍ବାନୁମାନ ଦିଆଯାଇଛି । ୧୧ ସ୍ଥାନରେ ରାତି ତାପମାତ୍ରା ୧୦ ଡିଗ୍ରୀ ବା ଏହାଠାରୁ କମ୍ ରେକର୍ଡ ହୋଇଛି । ୪.୮ ଡିଗ୍ରୀ ତାପମାତ୍ରା ସହିତ ଜି ଉଦୟଗିରି ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଛି । ସେମିଳିଗୁଡ଼ାରେ ୬.୨, ଫୁଲବାଣୀରେ ୬.୮, ଚିପିଲିମାରେ ୭.୩, ରାଉରକେଲାରେ ୭.୬, ଦାରିଙ୍ଗବାଡ଼ି ଓ ଝାରସୁଗୁଡ଼ାରେ ୮, ଅନୁଗୁଳ ଓ ଭବାନୀପାଟଣାରେ ୯, କିରେଇରେ ୯.୩, କୋରାପୁଟ ଓ ସୁନ୍ଦରଗଡ଼ରେ ରାତି ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ ହୋଇଛି । ଝାରସୁଗୁଡ଼ାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୫.୬ ଡିଗ୍ରୀ କମ୍ ରହିଥିଲା । ଭୋର୍ରୁ ଏଠାରେ ଅସମ୍ଭାଳ ଶୀତ ଅନୁଭୂତ ହେଉଛି । ଡିସେମ୍ବର ୧ ତାରିଖରେ ଏଠାରେ ପାରଦ ୧୪ ଡିଗ୍ରୀ ଥିବା ବେଳେ ୮ ତାରିଖରେ ପ୍ରାୟ ୪ ଡିଗ୍ରୀ ଖସି ୧୦ ଡିଗ୍ରୀରେ ପହଞ୍ଚିଥିଲା । ୯ ତାରିଖରେ ଏଠାରେ ୯.୬ ଡିଗ୍ରୀ ରେକର୍ଡ ହୋଇଥିଲା ।

ଭବାନୀପାଟଣାରେ ୩, କୋରାପୁଟରେ ୨.୭, ହୀରାକୁଦରେ ସ୍ୱାଭାବିକଠାରୁ ୨.୫ ଡିଗ୍ରୀ, ଫୁଲବାଣୀରେ ୨.୪, କଟକରେ ୨ ଓ ସୁନ୍ଦରଗଡ଼ରେ ସ୍ୱାଭାବିକଠାରୁ ୧.୨ ଡିଗ୍ରୀ କମ୍ ରେକର୍ଡ ହୋଇଛି ।ସେପଟେ ଝାରସୁଗୁଡାରେ ହାଡ଼ ଭଙ୍ଗା ଜାଡ । ଥଣ୍ଡା ପବନ ଏବଂ ପ୍ରବଳ ଶୀତରେ କିଛିଦିନ ହେଲାଣି ଲୋକଙ୍କୁ କଲବଳ କରୁଛି । ପ୍ରବଳ ଜାଡରେ ଥରୁଛି ଶିମିଳିପାଳ, ଶିମିଳିପାଳରେ ୪° ଡିଗ୍ରୀକୁ ଖସିଲା ପାରଦ, ଜନଜୀବନ ଅସ୍ତବ୍ୟସ୍ତ, ହାଡ଼ଭଙ୍ଗା ଶୀତ ସାଙ୍ଗକୁ ଘନକୁହୁଡିର ଧଳା ଚାଦର ତଳେ ଘୋଡେଇ ହୋଇଛି ଶିମିଳିପାଳ ଅଭ୍ୟାୟରଣ୍ୟ ଏବଂ ପାଦଦେଶରେ ଥିବା ଯଶିପୁର, ଠାକୁରମୁଣ୍ଡା, କରଞ୍ଜିଆ, ରରୁଆଁ ଓ ଶୁକୃଳି ବ୍ଲକ ଅଞ୍ଚଳରେ ଘନ କୁହୁଡି ସାଙ୍ଗକୁ ଶୀତର ଲହରୀ ଜାରି ରହିଛି । ଆଜି ସକାଳ ୬ ସୁଦ୍ଧା ଶିମିଳିପାଳର ଉପର ବାରାକାମୁଡ଼ାରେ ସର୍ବନିମ୍ନ ତାପମାତ୍ରା ୪° ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଚହଲାରେ ୬° ଡିଗ୍ରୀ, ଗୁଡ଼ଗୁଡିଆରେ ୭° ଡିଗ୍ରୀ ଓ ବରେହିପାଣି ଠାରେ ୯° ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି,ଏ ନେଇ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା