Masthead

ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ । ମାଲକାନଗିରି ରାଖେଲଗୁଡ଼ାରେ ମହିଳାଙ୍କ ମୁଣ୍ଡ କାଟି ହତ୍ୟା ଘଟଣାର ତଦନ୍ତ ବେଳେ ପୋଲିସକୁ ମିଳିଛି କଟାମୁଣ୍ଡ । କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ କଟାମୁଣ୍ଡ ଜବତ ହୋଇଛି । କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ । ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ପରେ ଆଜି ମିଳିଲା କଟାମୁଣ୍ଡ । ମୃତଦେହ ଠାରୁ ପ୍ରାୟ ୪୦ କିମି ଦୂରରେ ମିଳିଲା ମହିଳାଙ୍କ କଟାମୁଣ୍ଡ । ଗ୍ରାମବାସୀ ପୋଲିସକୁ ଖବର ଦେବା ପରେ କଟାମୁଣ୍ଡ ଉଦ୍ଧାର। କଟାମୁଣ୍ଡ ମିଳୁ ନଥିବାରୁ ଏମ୍‌ଭି-୨୬ ଓ ରାଖେଲଗୁଡ଼ା ମଧ୍ୟରେ ବିବାଦ ଦେଖା ଦେଇଥିଲା। ସେପଟେ ସ୍ବାଭାବିକ ହେଉଛି ମାଲକାନଗିରିର ଏମ୍ ଭି-୨୬ ଓ ରାଖେଲଗୁଡ଼ା । ଶାନ୍ତି ପ୍ରତିଷ୍ଠା ପାଇଁ ଦୁଇ ଗାଁ ମଧ୍ୟରେ ସହମତି ହୋଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦୁଇ ଗାଁର ପ୍ରତିନିଧିଙ୍କୁ ନେଇ ଶାନ୍ତି କମିଟି ବୈଠକ ବସିଥିଲା। ଉଭୟ ଗୋଷ୍ଠୀ ମଧ୍ୟରେ ବିସ୍ତୃତ ଭାବେ ଆଲୋଚନା କରାଯାଇ ସମସ୍ତଙ୍କର ଦାବି ଶୁଣିଥିଲେ ଜିଲ୍ଲାପାଳ।ଡିଆଇଜି ଓ ଏସପିଙ୍କ ଉପସ୍ଥିତିରେ ଶାନ୍ତି ଫେରାଇବାକୁ ଦୁଇ ଗାଁ ମଧ୍ୟରେ ସହମତି ହୋଇଛି। ବିଗତ ୨୪ ଘଣ୍ଟାରେ ଗାଁରେ ଆଉ କୌଣସି ପ୍ରକାରର ଅପ୍ରୀତିକର ସ୍ଥିତି ଉପୁଜିନାହିଁ। ପୋଲିସ-ପ୍ରଶାସନ ଉପସ୍ଥିତିରେ ୫ ଦିନ ପରେ ମୃତ ମହିଳାଙ୍କ ହେଲା ଅନ୍ତିମ ସତ୍କାର କରାଯାଇଛି। ବିଏନଏସ ୧୬୩ ଲାଗୁ ରହିଥିବାବେଳେ ଆଉ ୧୮ ଘଣ୍ଟା ଇଣ୍ଟରନେଟ୍ କଟକଣା ବୃଦ୍ଧି କରାଯାଇଛି । ସ୍ଥିତି ଉପରେ ନଜର ରଖାଯାଇଥିବା କହିଛନ୍ତି ଜିଲ୍ଲାପାଳ ।

ସୂଚନା ଥାଉକି, କିଛି ଦିନ ତଳେ ରାଖାଲଗୁଡ଼ା ଗାଁର ଜଣେ ୫୦ ବର୍ଷୀୟା ଆଦିବାସୀ ମହିଳା, ଲାକେ ପାଡିଆମିଙ୍କ ମୃତଦେହ ପୋଟେରୁ ନଦୀ କୂଳରୁ ମିଳିଥିଲା । ମୃତଦେହର ମୁଣ୍ଡ ନଥିଲା ଥିଲା କେବଳ ଗଣ୍ଡି । ରାଖାଲଗୁଡ଼ା ଗାଁର ଲୋକେ ସନ୍ଦେହ କରୁଛନ୍ତି ଯେ ଏମଭି-୨୬ ଗାଁର କିଛି ଲୋକ ପୁରୁଣା ଜମି ବିବାଦକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥାଇପାରେ । ତେବେ ପୋଲିସ ହତ୍ୟାକାରୀଙ୍କୁ ଗିରଫ ନ କରିବାରୁ ଏବଂ କଟା ମୁଣ୍ଡ ଉଦ୍ଧାର ନ ହେବାରୁ ରାଖାଲଗୁଡ଼ା ଗାଁ ଲୋକେ ରାଗି ଯାଇଥିଲେ । ପ୍ରତିବାଦରେ ଶହ ଶହ ଲୋକ ଏମଭି-୨୬ ଗାଁକୁ ଯାଇ ଭଙ୍ଗାରୁଜା କରୁଛନ୍ତି । ଅନେକ ଘରେ ନିଆଁ ଲଗାଉଛନ୍ତି । ଭୟରେ ଏମଭି ୨୬ ଗାଁର ଲୋକେ ଘର ଛାଡ଼ି ପଳାଇଛନ୍ତି । ସ୍ଥିତି ଏମିତି ହୋଇଥିଲା ଯେ, ମାଲକାନଗିରି ଜିଲ୍ଲାରେ ଦୀର୍ଘ ଘଣ୍ଟା ଧରି ବନ୍ଦ ରହିଥିଲା ଇଣ୍ଟରନେଟ ସେବା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ