ଶୀତରୁ ନିସ୍ତାର ନାହିଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ଦୁଇ ସପ୍ତାହ ଯାଏ ରାଜ୍ୟରେ ଶୀତ ଲହରି ବହିପାରେ । ୧୨ରୁ ୧୮ ତାରିଖ ଯାଏ ରାଜ୍ୟରେ ଶୀତ ଲହରିର ସମ୍ଭାବନା ଅଧିକ । ସେହିଭଳି ୧୯ରୁ ୨୫ ତାରିଖ ଯାଏ ରାତି ତାପମାତ୍ରା ସ୍ୱାଭାବିକଠାରୁ କମ୍ ରହିବା ସହ ଶୀତ ଲହରି ବି ବହିପାରେ । ଆଗକୁ ରାଜ୍ୟରେ ହାଡ଼ଭଙ୍ଗା ଜାଡ଼ ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)  ଏହି ପୂର୍ବାନୁମାନ କରିଛି । ଶୁକ୍ରବାର ଓ ଶନିବାର (୧୨ ଓ ୧୩ ତାରିଖ)ରେ ରାଜ୍ୟର ବିକ୍ଷିପ୍ତସ୍ଥାନରେ ଶୀତ ଲହରି ବହିପାରେ ବୋଲି ଆଇଏମ୍‌ଡି କହିଛି । ଘନ କୁହୁଡ଼ି ମଧ୍ୟ ଦୃଶ୍ୟମାନ ହୋଇପାରେ ।

ଶୁକ୍ରବାର ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଅନୁଗୁଳରେ ଶୀତ ଲହରି ବହିବ । ଏ ବର୍ଷ ପ୍ରଥମଥର ପାଇଁ ଶୀତ ୩ ଡିଗ୍ରୀ ଛୁଇଁଛି । ସେମିଳିଗୁଡ଼ାରେ ରାତି ତାପମାତ୍ରା ସବୁଠୁ କମ୍ ବା ୩.୫ ଡିଗ୍ରୀ ରେକର୍ଡ ହୋଇଛି ।  ଜି. ଉଦୟଗିରିରେ ପାରଦ ୪ ଡିଗ୍ରୀ ରେକର୍ଡ ହୋଇଛି । ୧୬ଟି ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳକୁ ଖସିଛି । ଫୁଲବାଣୀରେ ୫.୨ ଡିଗ୍ରୀ, ଚିପିଲିମାରେ ୬.୧, ରାଉରକେଲାରେ ୬.୬, ଝାରସୁଗୁଡ଼ାରେ ୬.୮, ଦାରିଙ୍ଗବାଡ଼ିରେ ୭, ଭବାନୀପାଟଣା ଓ ଅନୁଗୁଳରେ ୮, କିରେଇରେ ୮.୧, ନବରଙ୍ଗପୁରରେ ୮.୬, କୋରାପୁଟ ଓ ବଲାଙ୍ଗିରରେ ୯.୩, କେନ୍ଦୁଝର ଓ ସୁନ୍ଦରଗଡ଼ରେ ୯.୬ ଓ ସୋନପୁରରେ ୧୦ ଡିଗ୍ରୀ ରେକର୍ଡ ହୋଇଛି । ଟ୍ୱିନ୍ ସିଟି କଟକରେ ୧୧.୬ ଡିଗ୍ରୀ ଓ ଭୁବନେଶ୍ୱରରେ ୧୧.୮ ଡିଗ୍ରୀ ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’