Masthead

ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭୟଙ୍କର ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣରେ ଓଡ଼ିଶା ଲିଙ୍କ୍ ସାମ୍ନାକୁ ଆସିଛି । ଦୁଇ ଜଣଙ୍କୁ ଉଠାଇ ନେଇଛି ଦିଲ୍ଲୀ ସାହିନବାଗ୍ ପୁଲିସ୍ । ମୋବାଇଲ ସିମ୍ ଯାଜପୁର ଓ ଭଦ୍ରକରୁ କିଣାଯାଇଥିଲା । ଦୁଇ ଅଭିଯୁକ୍ତଙ୍କ ଆକାଉଣ୍ଟରେ ବିପୁଳ ଅର୍ଥ କାରବାର ହୋଇଥିବାର ଖୁଲାସା ହୋଇଛି । ଗତ ନଭେମ୍ବର ୧୦ ତାରିଖରେ ଜାତୀୟ ରାଜଧାନ ଦିଲ୍ଲୀର ଲାଲକିଲ୍ଲାରେ ବ୍ଲାଷ୍ଟ ହୋଇଥିଲା । ଏଥିରେ ୧୨ ଜଣଙ୍କର ମୃତ୍ୟୁ ହୋଇଥିଲା । ଅଲ୍ ଫଲାହ ୟୁନିଭର୍ସିଟିର ଡାକ୍ତରମାନେ ଏହି ଆତଙ୍କୀ ଷଡ଼ଯନ୍ତ୍ର କରିଥିଲେ । ଘଟଣାର ତଦନ୍ତ ଜାରି ରହିଛି । ଆତଙ୍କବାଦୀମାନେ ବ୍ୟବହାର କରିଥିବା ମୋବାଇଲ୍‌ ସିମ୍‌ ଯାଜପୁର ଓ ଭଦ୍ରକରୁ କିଣାଯାଇଥିବା ଜଣାପଡ଼ିବା ପରେ ଦିଲ୍ଲୀ ପୁଲିସ ଏ ସଂପର୍କରେ ଖୋଳତାଡ଼ ଜାରି ରଖିଥିଲା ।

ଗତକାଲି ଦିଲ୍ଲୀ ସାହିନ୍‌ବାଗ ଥାନା ପୁଲିସ ଯାଜପୁର ଓ ପଡ଼ୋଶୀ ଜିଲ୍ଲା ଭଦ୍ରକ ମଞ୍ଜୁରୀରୋଡ୍‌ ବଜାରରେ ଚଢ଼ଉ କରି ୨ ଜଣ ମୋବାଇଲ୍ ଦୋକାନୀଙ୍କୁ ଉଠାଇ ନେଇଛି । ମଞ୍ଜୁରୀରୋଡ୍‌ ବଜାରରେ ମୋବାଇଲ୍‌ ଦୋକାନ କରିଥିବା ସନ୍ତୋଷ ଖଣ୍ଡେଇ ଓ ତାଙ୍କ ସହଯୋଗୀ ତରାଗୋ ଅଞ୍ଚଳର ମହେଶ୍ବର ପୁଣ୍ଟିଆଙ୍କୁ ଦିଲ୍ଲୀ ପୁଲିସ ବନ୍ତ ଥାନାକୁ ଆଣି ପଚରାଉଚରା କରିଥିଲା। ଉଭୟଙ୍କୁ ଭଦ୍ରକ କୋର୍ଟରେ ହାଜର କରି ଦିଲ୍ଲୀ ପୁଲିସ ରିମାଣ୍ଡରେ ନେଇଯାଇଛି । ଉଭୟ ମିଳିତ ଭାବେ ସେମାନଙ୍କ ଦୋକାନକୁ ନୂଆ ସିମ୍‌କାର୍ଡ କିଣିବାକୁ ଆସୁଥିବା ଗ୍ରାହକଙ୍କ ଆଧାରକାର୍ଡକୁ ଉପଯୋଗ କରି ଏକକାଳୀନ ବହୁ ସିମ୍‌ ଆକ୍ଟିଭ୍‌ କରୁଥିଲେ ଏବଂ ସେଥିରୁ ଗୋଟିଏ ସିମ୍ କାର୍ଡ ମୂଳ ଗ୍ରାହକଙ୍କୁ ଦେଉଥିଲେ । ଗ୍ରାହକଙ୍କ ଅଜାଣତରେ ଏଭଳି ବେଆଇନ କାର୍ଯ୍ୟ କରାଯାଉଥିଲା ।

ଯାଜପୁର କୋରେଇ ଥାନା ଅଞ୍ଚଳର ବହୁ ବେକାର ଯୁବକଙ୍କୁ ଏ ଦୁହେଁ ସେମାନଙ୍କ ଦୋକାନରୁ ସିମ୍‌ କିଣିବାକୁ ପ୍ରଲୋଭିତ କରୁଥିଲେ । ପ୍ରତି ସିମ୍‌ ପାଇଁ ୨ରୁ ୩ ହଜାର ପର୍ଯ୍ୟନ୍ତ ଟଙ୍କା ଦେଉଥିଲେ। ଆକ୍ଟିଭ୍‌ ହୋଇଥିବା ଅନ୍ୟ ସିମ୍‌ଗୁଡ଼ିକୁ ଉଚ୍ଚ ଦାମରେ ବେନାମୀ ଲୋକଙ୍କୁ ବିକ୍ରୟ କରାଯାଉଥିଲା ଏବଂ ଏହି ସିମ୍‌କାର୍ଡଗୁଡ଼ିକୁ ଅପରାଧିକ କାର୍ଯ୍ୟରେ ବ୍ୟବହାର କରାଯାଉଥିଲା । ଦିଲ୍ଲୀ ସାହିନ୍‌ବାଗ ଥାନାରେ ମାମଲା ରୁଜୁ ହୋଇଥିବାବେଳେ ଅଭିଯୁକ୍ତ ସନ୍ତୋଷଠାରୁ ବିକ୍ରି ହୋଇଥିବା ବେଆଇନ ସିମ୍‌କାର୍ଡ ଜବତ ହୋଇଛି । ଉଭୟଙ୍କ ଆକାଉଣ୍ଟରେ ବିପୁଳ ଟଙ୍କାର କାରବାର ହୋଇଥିବା ପୁଲିସ ତଦନ୍ତରୁ ଜଣାପଡ଼ିଛି । ନଭେମ୍ବର ୧୦ ତାରିଖରେ ଦିଲ୍ଲୀ ଲାଲକିଲ୍ଲା ନିକଟରେ ହୋଇଥିବା କାର ବିସ୍ଫୋରଣରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଗୁରୁତର ଆହତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼