Masthead

ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭୟଙ୍କର ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣରେ ଓଡ଼ିଶା ଲିଙ୍କ୍ ସାମ୍ନାକୁ ଆସିଛି । ଦୁଇ ଜଣଙ୍କୁ ଉଠାଇ ନେଇଛି ଦିଲ୍ଲୀ ସାହିନବାଗ୍ ପୁଲିସ୍ । ମୋବାଇଲ ସିମ୍ ଯାଜପୁର ଓ ଭଦ୍ରକରୁ କିଣାଯାଇଥିଲା । ଦୁଇ ଅଭିଯୁକ୍ତଙ୍କ ଆକାଉଣ୍ଟରେ ବିପୁଳ ଅର୍ଥ କାରବାର ହୋଇଥିବାର ଖୁଲାସା ହୋଇଛି । ଗତ ନଭେମ୍ବର ୧୦ ତାରିଖରେ ଜାତୀୟ ରାଜଧାନ ଦିଲ୍ଲୀର ଲାଲକିଲ୍ଲାରେ ବ୍ଲାଷ୍ଟ ହୋଇଥିଲା । ଏଥିରେ ୧୨ ଜଣଙ୍କର ମୃତ୍ୟୁ ହୋଇଥିଲା । ଅଲ୍ ଫଲାହ ୟୁନିଭର୍ସିଟିର ଡାକ୍ତରମାନେ ଏହି ଆତଙ୍କୀ ଷଡ଼ଯନ୍ତ୍ର କରିଥିଲେ । ଘଟଣାର ତଦନ୍ତ ଜାରି ରହିଛି । ଆତଙ୍କବାଦୀମାନେ ବ୍ୟବହାର କରିଥିବା ମୋବାଇଲ୍‌ ସିମ୍‌ ଯାଜପୁର ଓ ଭଦ୍ରକରୁ କିଣାଯାଇଥିବା ଜଣାପଡ଼ିବା ପରେ ଦିଲ୍ଲୀ ପୁଲିସ ଏ ସଂପର୍କରେ ଖୋଳତାଡ଼ ଜାରି ରଖିଥିଲା ।

ଗତକାଲି ଦିଲ୍ଲୀ ସାହିନ୍‌ବାଗ ଥାନା ପୁଲିସ ଯାଜପୁର ଓ ପଡ଼ୋଶୀ ଜିଲ୍ଲା ଭଦ୍ରକ ମଞ୍ଜୁରୀରୋଡ୍‌ ବଜାରରେ ଚଢ଼ଉ କରି ୨ ଜଣ ମୋବାଇଲ୍ ଦୋକାନୀଙ୍କୁ ଉଠାଇ ନେଇଛି । ମଞ୍ଜୁରୀରୋଡ୍‌ ବଜାରରେ ମୋବାଇଲ୍‌ ଦୋକାନ କରିଥିବା ସନ୍ତୋଷ ଖଣ୍ଡେଇ ଓ ତାଙ୍କ ସହଯୋଗୀ ତରାଗୋ ଅଞ୍ଚଳର ମହେଶ୍ବର ପୁଣ୍ଟିଆଙ୍କୁ ଦିଲ୍ଲୀ ପୁଲିସ ବନ୍ତ ଥାନାକୁ ଆଣି ପଚରାଉଚରା କରିଥିଲା। ଉଭୟଙ୍କୁ ଭଦ୍ରକ କୋର୍ଟରେ ହାଜର କରି ଦିଲ୍ଲୀ ପୁଲିସ ରିମାଣ୍ଡରେ ନେଇଯାଇଛି । ଉଭୟ ମିଳିତ ଭାବେ ସେମାନଙ୍କ ଦୋକାନକୁ ନୂଆ ସିମ୍‌କାର୍ଡ କିଣିବାକୁ ଆସୁଥିବା ଗ୍ରାହକଙ୍କ ଆଧାରକାର୍ଡକୁ ଉପଯୋଗ କରି ଏକକାଳୀନ ବହୁ ସିମ୍‌ ଆକ୍ଟିଭ୍‌ କରୁଥିଲେ ଏବଂ ସେଥିରୁ ଗୋଟିଏ ସିମ୍ କାର୍ଡ ମୂଳ ଗ୍ରାହକଙ୍କୁ ଦେଉଥିଲେ । ଗ୍ରାହକଙ୍କ ଅଜାଣତରେ ଏଭଳି ବେଆଇନ କାର୍ଯ୍ୟ କରାଯାଉଥିଲା ।

ଯାଜପୁର କୋରେଇ ଥାନା ଅଞ୍ଚଳର ବହୁ ବେକାର ଯୁବକଙ୍କୁ ଏ ଦୁହେଁ ସେମାନଙ୍କ ଦୋକାନରୁ ସିମ୍‌ କିଣିବାକୁ ପ୍ରଲୋଭିତ କରୁଥିଲେ । ପ୍ରତି ସିମ୍‌ ପାଇଁ ୨ରୁ ୩ ହଜାର ପର୍ଯ୍ୟନ୍ତ ଟଙ୍କା ଦେଉଥିଲେ। ଆକ୍ଟିଭ୍‌ ହୋଇଥିବା ଅନ୍ୟ ସିମ୍‌ଗୁଡ଼ିକୁ ଉଚ୍ଚ ଦାମରେ ବେନାମୀ ଲୋକଙ୍କୁ ବିକ୍ରୟ କରାଯାଉଥିଲା ଏବଂ ଏହି ସିମ୍‌କାର୍ଡଗୁଡ଼ିକୁ ଅପରାଧିକ କାର୍ଯ୍ୟରେ ବ୍ୟବହାର କରାଯାଉଥିଲା । ଦିଲ୍ଲୀ ସାହିନ୍‌ବାଗ ଥାନାରେ ମାମଲା ରୁଜୁ ହୋଇଥିବାବେଳେ ଅଭିଯୁକ୍ତ ସନ୍ତୋଷଠାରୁ ବିକ୍ରି ହୋଇଥିବା ବେଆଇନ ସିମ୍‌କାର୍ଡ ଜବତ ହୋଇଛି । ଉଭୟଙ୍କ ଆକାଉଣ୍ଟରେ ବିପୁଳ ଟଙ୍କାର କାରବାର ହୋଇଥିବା ପୁଲିସ ତଦନ୍ତରୁ ଜଣାପଡ଼ିଛି । ନଭେମ୍ବର ୧୦ ତାରିଖରେ ଦିଲ୍ଲୀ ଲାଲକିଲ୍ଲା ନିକଟରେ ହୋଇଥିବା କାର ବିସ୍ଫୋରଣରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଗୁରୁତର ଆହତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ