Masthead

କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସରୁ ବହିଷ୍କୃତ ପରେ ମୁହଁ ଖୋଲିଛନ୍ତି ପୂର୍ବତନ ବିଧାୟକ ମହମ୍ମଦ ମୋକିମ। ସେ କହିଛନ୍ତି, ମୋ’ ଚିଠିକୁ ଗୁରୁତର ସହ ନେଇଥିବାରୁ ମିଡିଆକୁ ଧନ୍ୟବାଦ ଜଣାଉଛି। ପରବର୍ତ୍ତୀ ସମୟରେ କଂଗ୍ରେସ ପଦକ୍ଷେପ ନେବ ଭାବୁଛି। କଂଗ୍ରେସ ମୋତେ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରିଛି। କିନ୍ତୁ ମୋ’ ବିଚାରଧାରାରୁ କଂଗ୍ରେସକୁ କେହି ଦୂରେଇ ପାରିବେନି। ଭାବିଥିଲି କଂଗ୍ରେସ ସୁଧାର ଆଣିବ, କିନ୍ତୁ ମୋ ଉପରେ କାର୍ଯ୍ୟାନୁଷ୍ଠାନ ହୋଇଛି।

ଦଳକୁ ଆଇନ ଦେଖାଇବାରୁ ଯଦି କାର୍ଯ୍ୟାନୁଷ୍ଠାନ ହୋଇଛି, ଏହାକୁ ଗ୍ରହଣ କରୁଛି। ମୁଁ ୨୪ ଘଣ୍ଟା ସମାଜ ପାଇଁ କାମ କରିବି, ରାଜନୀତି ଗୋଟିଏ ପ୍ଲାଟଫର୍ମ। ଆଗକୁ ରାଜନୀତି ଜାରି ରହିବ, ଏଥିରେ ବିରାମ ନାହିଁ ବୋଲି ମୋକିମ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ସମର୍ଥକ, ଶୁଭେଚ୍ଛୁଙ୍କ ସହ ଆଲୋଚନା ପରେ ପରବର୍ତ୍ତୀ ପଦକ୍ଷେପ ନେବି। ଆମେ ରାହୁଲଙ୍କୁ ଅନୁସରଣ କରୁଥିଲୁ, ସେ କୁହନ୍ତି କଂଗ୍ରେସ କାହାକୁ ଡରେନି। ତେଣୁ ମୁଁ କାହାକୁ ନ ଡରି ଚିଠି ଲେଖିଲି, କିନ୍ତୁ ମୋ ଉପରେ କାର୍ଯ୍ୟାନୁଷ୍ଠାନ ହେଲା। ଯାହା କହିଛି ସେଥିରେ ଅନୁଶୋଚନା ନାହିଁ, ଆଗକୁ କଂଗ୍ରେସ ପାଇଁ ଭଲ ହେବ ବୋଲି ଭାବୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା