Masthead

ଜାଡ଼ରେ ଥରୁଛି ସାରା ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଶୀତ ପ୍ରକୋପ ଜାରି ରହିଛି । ଜି. ଉଦୟଗିରିର ରାତି ପାରଦ ସମାନ୍ୟ ବଢ଼ିଛି । ୩ ଡିଗ୍ରିକୁ ଖସିଥିବା ପାରଦ ୫ ଡିଗ୍ରିକୁ ଉଠିଛି । ଏବେ ବି ରାଜ୍ୟର ୧୧ ସହରର ତାପମାତ୍ରା ୧୦ ଡିଗ୍ରି ତଳେ ରହିଛି । ରାଜ୍ୟରେ ଥଣ୍ଡା ପ୍ରକୋପ ଜାରି ରହିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ରାଜ୍ୟର ୯ଟି ସ୍ଥାନ ରବିବାର ୧୦ ଡିଗ୍ରୀ ତଳେ ରହିଛି । ଜି ଉଦୟଗିରିର ରାତି ତାପମାତ୍ରା ସବୁଠୁ କମ୍ ବା ୫ ଡିଗ୍ରୀ ରେକର୍ଡ ହୋଇଛି । ଦାରିଙ୍ଗବାଡ଼ି ଓ ଫୁଲବାଣୀରେ ୬ ଡିଗ୍ରୀ, କୋରାପୁଟରେ ୬.୮, ନବରଙ୍ଗପୁରରେ ୯, ଅନୁଗୁଳରେ ୯.୬, ଭବାନୀପାଟଣାରେ ୯.୨, ବୌଦ୍ଧରେ ୯.୭, ଝାରସୁଗୁଡ଼ାରେ ୯.୮, କେନ୍ଦୁଝରରେ ୧୦.୮ ଡିଗ୍ରୀ ରେକର୍ଡ ହୋଇଛି ।

ଆସନ୍ତା ସପ୍ତାହେ ଯାଏ ରାତି ତାପମାତ୍ରା ଅପରିବର୍ତ୍ତିତ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ମଙ୍ଗଳବାର ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଓ ଝାରସୁଗୁଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବ ବୋଲି ଆକଳନ କରାଯାଇଛି । କୋରାପୁଟରେ ସ୍ୱାଭାବିକଠାରୁ ୬.୩ ଡିଗ୍ରୀ ତାପମାତ୍ରା କମ୍ ରହିଥିଲା । ଝାରସୁଗୁଡ଼ାରେ ସ୍ୱାଭାବିକଠାରୁ ୩.୫ ଡିଗ୍ରୀ କମ୍, ଭୁବନେଶ୍ୱରରେ ୩.୪, ଫୁଲବାଣୀରେ ସ୍ୱାଭାବିକଠାରୁ ୩.୧, ଭବାନୀପାଟଣାରେ ୨.୭, ଗୋପାଳପୁରରେ ୨ ଡିଗ୍ରୀ, କଟକରେ ୧.୯ ଓ ପୁରୀରେ ୧.୨ ଡିଗ୍ରୀ କମ୍ ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ