Masthead

ଥାନା ଅଧିକାରୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଥାନା ଅଧିକାରୀଙ୍କୁ ହତ୍ୟା ଉଦ୍ୟମ । ଅନୁଗୁଳରେ ଜଣେ ଥାନା ଅଧିକାରୀଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଅନୁଗୁଳ ସାଇବର ଥାନାର ଥାନା ଅଧିକାରୀ ଖଲେଶ୍ବର ସେଠୀଙ୍କୁ ଗାଡ଼ି ଚଢାଇ ମାରିବାକୁ ଉଦ୍ୟମ ହୋଇଛି। ପୁଲିସ ଏକ ମାମଲା ରୁଜୁ କରି ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି। ସୂଚନା ଅନୁସା‌ରେ, ଅନୁଗୁଳ ସାଇବର ଥାନା ଅଧିକାରୀ ଇନ୍‌ସ୍ପେକ୍ଟର ଖଲେଶ୍ବର ସେଠୀ ଗତ ୧୮ ତାରିଖ ରାତି ପ୍ରାୟ ସାଢ଼େ ୧୧ଟା ସମୟରେ ଥାନା କାମ ସାରି ଫେରୁଥିଲେ।

ଏହି ସମୟରେ ବୁଢ଼ୀ ଠାକୁରାଣୀ ଛକ ନିକଟରେ ଏକ ବସ୍‌ (ଓଡି-୦୫-ଏବି-୧୭୬୫) ତାଙ୍କ ଉପରକୁ ମାଡ଼ି ଆସିଥିଲା। ତାଙ୍କୁ ଗାଡ଼ି ଚଢ଼ାଇ ହତ୍ୟା କରିବାକୁ ଡ୍ରାଇଭର୍‌ ଉଦ୍ୟମ କରିଥିଲା ବେଳେ ପୁଲିସ ଅଧିକାରୀ ଜଣଙ୍କ ରାସ୍ତାକଡ଼କୁ ଚାଲିଯିବାରୁ ଅଳ୍ପକେ ବର୍ତ୍ତି ଯାଇଥିଲେ। ଏହା ପରେ ଡ୍ରାଇଭର୍‌ ଓ ତାଙ୍କର ଅନ୍ୟ ଦୁଇ ସହଯୋଗୀ ଗାଡ଼ିରୁ ଓହ୍ଲାଇ ଥାନା ଅଧିକାରୀଙ୍କୁ ଗାଳିଗୁଲଜ କରିବା ସହ ଜାତିକୁ ନେଇ ଆକ୍ଷେପ କରିଥିଲେ। ପରେ ଥାନା ଅଧିକାରୀ ଶ୍ରୀ ସେଠୀ ଅନୁଗୁଳ ଥାନାକୁ ଏ ସଂପର୍କରେ ଜଣାଇବାରୁ ଜଣେ ପୁଲିସ ଅଧିକାରୀ ପହଞ୍ଚି ତାଙ୍କୁ ଉଦ୍ଧାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ୱଧର୍ମକୁ ଫେରିବା ପାଇଁ ପୁନର୍ଜନ୍ମ 🔴 ପାକିସ୍ତାନ କ୍ୱେଟାରେ ଆତ୍ମଘାତୀ ବିସ୍ଫୋରଣ, ୨୩ ମୃତ 🔴 ହ୍ବାଇଟ ହାଉସ ବାହାରେ ୨୫ ରାଉଣ୍ଡ ଫାୟରିଂ 🔴 ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୋଲିସ୍‌ SIସ୍କାମ୍: ୧୭ଜଣଙ୍କ ଜାମିନ ଖାରଜ 🔴 ପୌରାଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ 🔴 ଲ୍ୟାମ୍ପସ୍ MDଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ଓଡ଼ିଶାରେ ରେକର୍ଡ ତାତି 🔴 ପୁଲୱାମା ମାଷ୍ଟର ମାଇଣ୍ଡକୁ ହତ୍ୟା 🔴 ଘରୁ ବାହାରକୁ ବାହାରନ୍ତୁନି…ଅଂଶୁଘାତ ସମ୍ଭାବନା! 🔴 ସ୍ୱଧର୍ମକୁ ଫେରିବା ପାଇଁ ପୁନର୍ଜନ୍ମ 🔴 ପାକିସ୍ତାନ କ୍ୱେଟାରେ ଆତ୍ମଘାତୀ ବିସ୍ଫୋରଣ, ୨୩ ମୃତ 🔴 ହ୍ବାଇଟ ହାଉସ ବାହାରେ ୨୫ ରାଉଣ୍ଡ ଫାୟରିଂ 🔴 ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୋଲିସ୍‌ SIସ୍କାମ୍: ୧୭ଜଣଙ୍କ ଜାମିନ ଖାରଜ 🔴 ପୌରାଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ 🔴 ଲ୍ୟାମ୍ପସ୍ MDଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ଓଡ଼ିଶାରେ ରେକର୍ଡ ତାତି 🔴 ପୁଲୱାମା ମାଷ୍ଟର ମାଇଣ୍ଡକୁ ହତ୍ୟା 🔴 ଘରୁ ବାହାରକୁ ବାହାରନ୍ତୁନି…ଅଂଶୁଘାତ ସମ୍ଭାବନା!