ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ସଦର ବ୍ଲକର କନିଷ୍ଠ ଯନ୍ତ୍ରୀ ନିହାର ସରକାରଙ୍କ ଘରେ ଭିଜିଲାନ୍ସ ଚଢାଉ । ଏକାକାଳୀନ ଚାରୋଟି ସ୍ଥାନରେ ଭିଜିଲାନ୍ସ ଚଢାଉ । ମାଲକାନଗିରି ବ୍ଳକ କାର୍ଯ୍ୟାଳୟ ସହ ଜୟନଗର ସ୍ଥିତ ବାସଭବନ ଏମଭି୬୪ ନିଜ ପୈତୃକ ଘର ଓ ରାଇଘର ଶଶୁର ଘରେ ଭିଜିଲାନ୍ସ ଚଢାଉ କରିଛି । ନଗଦ ଟଙ୍କା ସହ ସୁନା ଗହଣା ମିଳିଥିବା ସୂଚନା । ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ସେଟେଲମେଣ୍ଟ (ବନ୍ଦୋବସ୍ତ) ଅଫିସରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ରାଜସ୍ୱ ସହାୟକ(SRA)ବାସୁଦେବ ଭୋଇଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରାଯାଇଥିଲା। ଏନେଇ ତାଙ୍କର ଚାରୋଟି ସମ୍ପତ୍ତି ଥିବା ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଚଢ଼ଉ କରିଥିଲା । ସମ୍ବଲପୁରର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସର ୨ ଜଣ DSP, ୮ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ବରଗଡ ଏବଂ ସମ୍ବଲପୁର ଜିଲ୍ଲାର ୪ଟି ସ୍ଥାନରେ ଏକକାଳୀନ ଘର ତଲାସୀ କରାଯାଇଥିଲା।
