ରାଜ୍ୟରେ ଆଗାମୀ ୪ ଦିନ ଘନ କୁହୁଡ଼ି ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୪ ଦିନ ଘନ କୁହୁଡ଼ି ରହିବ । ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହେବ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ରବିବାର ଓ ସୋମବାର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳକୁ ଖସିପାରେ । ଗୁରୁବାର ୮ ସ୍ଥାନରେ ରାତି ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିଥିଲା । ଶୁକ୍ରବାର ରାତିରେ ୧୪ ସ୍ଥାନ ୧୦ ଡିଗ୍ରୀ ତଳକୁ ଖସିଆସିଛି । ଜି ଉଦୟଗିରି ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଛି । ଏଠାରେ ପାରଦ ୪.୪ ଡିଗ୍ରୀ ଥିଲା । ଦାରିଙ୍ଗବାଡ଼ିରେ ୬ ଡିଗ୍ରୀ, ଫୁଲବାଣୀରେ ୬.୪, କୋରାପୁଟରେ ୬.୬, ସିମିଳିଗୁଡ଼ାରେ ୬.୭ ଡିଗ୍ରୀ ଥିଲା । କୋରାପୁଟରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକଠାରୁ ୫.୪ ଡିଗ୍ରୀ କମ୍ ରହିଥିଲା । ଝାରସୁଗୁଡ଼ାରେ ସ୍ୱାଭାବିକଠାରୁ ୩.୯ ଡିଗ୍ରୀ ଓ କଟକରେ ୧.୯ ଡିଗ୍ରୀ କମ୍ ଥିଲା । ରାଉରକେଲାରେ ରାତି ତାପମାତ୍ରା ୭, ଝାରସୁଗୁଡ଼ାରେ ୭.୪, କିରେଇରେ ୮.୬, ନବରଙ୍ଗପୁରରେ ୯, ନବରଙ୍ଗପୁରରେ ୯ ଡିଗ୍ରୀ ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ