Masthead

ଶ୍ରୀମନ୍ଦିର କ୍ୟାଲେଣ୍ଡେର ତ୍ରୁଟି

ପୁରୀ (ବଡ଼ ଖବର ବ୍ୟୁରୋ): ୨୦୨୬ କ୍ୟାଲେଣ୍ଡରରେ ଶ୍ରୀମନ୍ଦିର ପ୍ରଶାସନର ଗୁରୁତର ତ୍ରୁଟି ଦେଖିବାକୁ ମିଳିଛି। କ୍ୟାଲେଣ୍ଡରରେ ମହାପ୍ରଭୁଙ୍କର ଯେଉଁ ଚିତ୍ର ସ୍ଥାନିତ କରାଯାଇଛି ସେଥିରେ ଗୁରୁତର ତ୍ରୁଟି ଥିବା ପରିଲକ୍ଷିତ କରାଯାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ଥାନରେ ପ୍ରଭୁ ବଳଭଦ୍ର ଏବଂ ବଳଭଦ୍ରଙ୍କ ସ୍ଥାନରେ ଶ୍ରୀଜଗନ୍ନାଥଙ୍କ ଚିତ୍ର ଥିବା ଏକ ଫଟୋକୁ ଶ୍ରୀମନ୍ଦିର ପ୍ରଶାସନ କ୍ୟାଲେଣ୍ଡର ୨୦୨୬ ରେ ସ୍ଥାନ ଦିଆଯାଇଛି।

ସେହିପରି ରଥଯାତ୍ରାର ଏକ ଫଟୋ ମଧ୍ୟ କ୍ୟାଲେଣ୍ଡରରେ ରହିଥିବା ବେଳେ ସେଥିରେ ମଧ୍ୟ ତ୍ରୁଟି ଦେଖିବାକୁ ମିଳିଛି। ପ୍ରଥମେ ସୁଭଦ୍ରାଙ୍କ ରଥ, ପରେ ଜଗନ୍ନାଥଙ୍କ ରଥ ଏବଂ ଶେଷରେ ଶ୍ରୀବଳଭଦ୍ରଙ୍କ ରଥ ଟଣା ଯାଉଥିବାର ସମ୍ପର୍କିତ ଚିତ୍ରର ଏକ ଫଟୋ ମଧ୍ୟ କ୍ୟାଲେଣ୍ଡରରେ ସ୍ଥାନ ପାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ୨୦୨୬ କ୍ୟାଲେଣ୍ଡରରେ ଏଭଳି ତ୍ରୁଟିକୁ ଜଗନ୍ନାଥ ପ୍ରେମୀ ଓ ଶ୍ରୀମନ୍ଦିର ସେବାୟତ ସମାଲୋଚନା କରିଛନ୍ତି।

ଏହି କ୍ୟାଲେଣ୍ଡରକୁ ବିକ୍ରି ନିମନ୍ତେ ମଧ୍ୟ ଶ୍ରୀମନ୍ଦିର ପ୍ରଶାସନ ପଦକ୍ଷେପ ନେଇଛି। ତେବେ ଏହି କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟିକୁ ଦେଖି ବୁଦ୍ଧିଜୀବୀ ପ୍ରଶ୍ନ ଉଠାଇଛନ୍ତି। କ୍ୟାଲେଣ୍ଡରରେ ରହିଥିବା ଫଟୋରେ ଜଗନ୍ନାଥଙ୍କ ସ୍ଥାନରେ ବଳଭଦ୍ର ଓ ବଳଭଦ୍ରଙ୍କ  ସ୍ଥାନରେ ଜଗନ୍ନାଥଙ୍କ ଚିତ୍ର ରହିଛି।

ପଟଚ୍ଚିତ୍ରରେ ଅଙ୍କା ଯାଇଥିବା ଚିତ୍ରର ଫଟୋକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କ୍ୟାଲେଣ୍ଡରରେ ଛପା ଯାଇଛି। ଟେବୁଲ କ୍ୟାଲେଣ୍ଟର ଓ ଫଟୋ କ୍ୟାଲେଣ୍ଡର ଉଭୟରେ ଏହି  ଚିତ୍ର ରହିଛି। ସେହିପରି ମହାପ୍ରଭୁଙ୍କ ରଥଯାତ୍ରା ସମୟର ଏକ ଫଟୋ ଏଥିରେ ରହିଥିବା ବେଳେ ଦେବୀ ସୁଭଦ୍ରାଙ୍କ ରଥ ପ୍ରଥମେ, ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଓ ଶେଷରେ ବଡ଼ଠାକୁରଙ୍କ ରଥ ଟଣା ଯାଇଥିବା ଚିତ୍ର ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ