ଜାଣନ୍ତୁ ତେଜସ୍ୱୀ ଓ ଲଭ୍ ସିହ୍ନାଙ୍କ ସ୍ଥିତି

ପାଟନା (ବଡ଼ ଖବର ବ୍ୟୁରୋ): ରଘୋପୁର ବିଧାନସଭା ଆସନରୁ ଆଗରେ ଅଛନ୍ତି ମହାଗଠବନ୍ଧନ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତେଜସ୍ୱୀ ଯାଦବ। ସେ ଭାରତୀୟ ଜନତା ପାର୍ଟିର ବିଧାୟକ ପ୍ରାର୍ଥୀ ସତୀଶ କୁମାର ଯାଦବଙ୍କୁ ପଛରେ ପକାଇଛନ୍ତି। ତେଜସ୍ୱୀ ୯ ହଜାର ୩୬୮ ଭୋଟରେ ଆଗୁଆ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ତେଜସ୍ୱୀ ୩୬ ହଜାର ୨୧ ଭୋଟ ପାଇଥିବା ବେଳେ ସତୀଶ ୨୬ ହଜାର ୬୫୩ ଭୋଟ ପାଇଛନ୍ତି। ଲୋକ ଜନଶକ୍ତି ପାର୍ଟି (ଏଲଜେପି)ର ରାକେଶ ରୋଶନ ୧୨ ହଜାର ୭୭୨ ଖଣ୍ଡ ଭୋଟ ପାଇଛନ୍ତି।
ସେହିପରି ଶତ୍ରୁଘ୍ନ ସିହ୍ନାଙ୍କ ପୁଅ ଲଭ୍ ସିହ୍ନା ପ୍ରଥମ ଥର ପାଇଁ ଚଳିତ ନିର୍ବାଚନରେ ଡେବ୍ୟୁ କରିଥଲେ। ସେ ବଙ୍କୀପୁର ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି। ତାଙ୍କ ବିପକ୍ଷରେ ନିର୍ବାଚନ ଲଢୁଛନ୍ତି ଭାରତୀୟ ଜନତା ପାର୍ଟିର ନୀତିନ ନବୀନ। ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ ଆଗରେ ଅଛନ୍ତି ବିଜେପି ପ୍ରାର୍ଥୀ ନୀତିନ। ନୀତିନ ୧୨ ହଜାର ୩୬୩ ଭୋଟରେ ଲଭ୍ ସିହ୍ନାଙ୍କୁ ପଛରେ ପକାଇଛନ୍ତି। ନୀତିନ ୨୧ ହଜାର ୩୬୩ ଭୋଟ ପାଇଥିବା ବେଳେ ଲଭ୍ ୯ ହଜାର ୪୧ ଖଣ୍ଡ ଭୋଟ ପାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ