Masthead

ପଡୋଶୀ ସାଜିଲା ଯୌନ ରାକ୍ଷସ

ବାରିପଦା (ବଡ଼ ଖବର ବ୍ୟୁରୋ): ପଡୋଶୀ ସାଜିଲା ନର ରାକ୍ଷସ। ନିଜ ଯୌନ ଲାଳସା ପୂରଣ କରିବା ପରେ ବୃଦ୍ଧାଙ୍କୁ ପଥରରେ ଛେଚି କରିଲା ହତ୍ୟା। ଏଭଳି ଲୋମ ଟାଙ୍କୁରା ହତ୍ୟା କାଣ୍ଡ ଘଟିଛି ଉଦଳା ଥାନା ଅମ୍ବିକାଦେଇପୁର ମାହାଲୀସାହି ଗ୍ରାମରେ। ମୃତକ ରଇବାରୀ ସିଂ ଏକୁଟିଆ ରହୁଥିବା ବେଳେ ଅପରାହ୍ନରେ ପଡୋଶୀ ରଘୁ ହେମ୍ବ୍ରମ ତାଙ୍କ ଘରେ ପଶି ବଳ ପୂର୍ବକ ତାଙ୍କୁ ଦୁଷ୍କର୍ମ କରିଥିଲା। ଦୁଷ୍କର୍ମ କରିବା ପରେ ସେ ପଥରରେ ଛେଚି ହତ୍ୟା କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା।

ସ୍ଥାନୀୟ ଲୋକେ ଘଟଣା ବାବଦରେ ଜାଣିବା ପରେ ଏ ନେଇ ପୋଲିସ କୁ ଖବର ଦେଇଥିଲେ। ଖବର ପାଇ ଉଦଳା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହିତ ସାଇଣ୍ଟିଫିକ ଟିମ ସହାୟତାରେ ତଦନ୍ତ କୁ ତ୍ୱରାନ୍ୱିତ କରିଛି। ପୋଲିସ ପ୍ରାଥମିକ ତଦନ୍ତରୁ ବୃଦ୍ଧାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଜାଣିବାକୁ ପାଇଛି। ସେପଟେ ଅଭିଯୁକ୍ତ ରଘୁ ହେମ୍ବ୍ରମକୁ ପୋଲିସ ଗିରଫ କରି ତଦନ୍ତ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’