Masthead

ଖସିଲା ପାରଦ, ବଢିଲା ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖସିଲା ପାରଦ, ବଢିଲା ଶୀତ। ରାଜ୍ୟର ଅଧିକାଂଶ ସ୍ଥାନରେ ଅସହ୍ୟ ଥଣ୍ଡା ଅନୁଭୂତ ହେଉଛି । ଆଜି ସକାଳ ସାଢେ ୫ଟା ସୁଦ୍ଧା, ଝାରସୁଗୁଡ଼ା ସବୁଠୁ ଥଣ୍ଡା ସହର ପାଲଟିଛି। ଝାରସୁଗୁଡ଼ାରେ ତାପମାତ୍ରା ୬.୮ ଡିଗ୍ରି ରେକର୍ଡ କରାଯାଇଛି । ସେହିପରି କେନ୍ଦୁଝରରେ ୯.୪ ଡିଗ୍ରି, ଚାନ୍ଦବାଲିରେ ୧୨.୨, ପାରାଦୀପରେ ୧୨.୪ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି। ରାଜଧାନୀ ଭୁବନେଶ୍ବରରେ ପାରଦ ରହିଛି ୧୨.୪ ଡିଗ୍ରି ସେଲସିୟସ୍ । ଅନୁଗୁଳ, ଝାରସୁଗୁଡ଼ା, ଢେଙ୍କାନାଳ, ସୁନ୍ଦରଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ାରେ ଶୁକ୍ରବାର ରାତିରେ ଶୀତ ଲହରୀ ଅନୁଭୂତ ହୋଇପାରେ ।

ଏହାସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କଳାହାଣ୍ଡି, ସୁନ୍ଦରଗଡ଼, ମୟୂରଭଞ୍ଜ, କନ୍ଧମାଳ ଜିଲ୍ଲାରେ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ଅଛି । ଦିନକ ପରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିପାରେ । ବିସ୍ତାରିତ ପାଣିପାଗ ଆକଳନ ଅନୁସାରେ, ୧୬ରୁ ୨୨ ତାରିଖ ଭିତରେ ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳରେ ରାତି ତାପମାତ୍ରା ୪ରୁ ୮ ଡିଗ୍ରୀ, ଦକ୍ଷିଣ ଆଭ୍ୟନ୍ତରୀଣରେ ୮ରୁ ୧୦ ଡିଗ୍ରୀ ଏବଂ ବାକି ଅଞ୍ଚଳରେ ୧୦ରୁ ୧୪ ଡିଗ୍ରୀ ପାଖାପାଖି ରହିପାରେ । ୨୩ରୁ ୨୯ ତାରିଖ ଭିତରେ ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୬ରୁ ୧୦ ଡିଗ୍ରୀ, ଦକ୍ଷିଣ ଆଭ୍ୟନ୍ତରୀଣରେ ୧୦ରୁ ୧୪ ଡିଗ୍ରୀ ଏବଂ ବାକି ସ୍ଥାନରେ ୧୨ରୁ ୧୬ ଡିଗ୍ରୀ ସେଲସିୟସ୍‌ ରହିପାରେ ।

ବର୍ତ୍ତମାନ ରାଜ୍ୟରେ କ୍ରମଶଃ ଦିନ ତାପମାତ୍ରା ବୃଦ୍ଧି ପାଇବା ଆରମ୍ଭ କରିଛି । ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା ୩୧ ଡିଗ୍ରୀ ସେଲସିୟସ ଅତିକ୍ରମ କରିଥିବାବେଳେ ଭୁବନେଶ୍ୱର ସମେତ କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୨୮ ଡିଗ୍ରୀ ପାର୍‌ କରିଛି । ଅନେକ ସ୍ଥାନରେ ଦିନ ତାପମାତ୍ରା ୨୭-୨୮ ଡିଗ୍ରୀ ରହିଥିଲା । ବୁଧବାର ରାତିରେ ଜି.ଉଦୟଗିରି ତାପମାତ୍ରା ୫.୨, ଫୁଲବାଣୀ ୭.୩, ରାଉରକେଲା ୬.୬, ସେମିଳିଗୁଡ଼ା ୭.୭, ଝାରସୁଗୁଡ଼ା ୭.୮, ଅନୁଗୁଳ ୮.୬, ଢେଙ୍କାନାଳ ୮.୬, କେନ୍ଦୁଝର ୯.୪, କିରେଇ ୯.୩ ଡିଗ୍ରୀ ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼