Masthead

ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ ଶୀତ ଲହରି ଜାରି ରହିଥିଲେ ମଧ୍ୟ ଦିନସାରା ବସନ୍ତ ଋତୁର ପବନ ନିଆରା ଅନୁଭବ ଦେଉଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ପାରଦ ଏବେ ଉପରମୁହାଁ ହୋଇଛି । ତାପମାତ୍ରା ବୃଦ୍ଧି ପାଇବା ସହ ଶୀତ କମିଛି । ଅନେକ ସ୍ଥାନରେ ରାତି ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ୍ ତଳେ କିମ୍ବା ପାଖାପାଖି ରହିଛି । ଏପଟେ ଡରାଇଲାଣି ଖରା ପ୍ରକୋପ । ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ବୃଦ୍ଧି ପାଇଛି । ସ୍ୱାଭାବିକଠାରୁ ସାଢ଼େ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ଅଧିକ ରହିଛି ଦିନ ତାପମାତ୍ରା । ପାରଳାଖେମୁଣ୍ଡିରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୨ ଡିଗ୍ରୀରେ ପହଞ୍ଚିଛି ।

ସେହିପରି ଆଗାମୀ ୫ଦିନ ଅର୍ଥାତ୍‌ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖାଦେବା ନେଇ ଆକଳନ କରାଯାଇଛି । ସକାଳ ୫.୩୦ ସୁଦ୍ଧା ଝାରସୁଗୁଡ଼ାରେ ତାପମାତ୍ରା ସର୍ବନିମ୍ନ ୧୩.୪ ଡିଗ୍ରୀ ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ୧୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି କେନ୍ଦୁଝରରେ୧୩.୪, ବାଲେଶ୍ବରରେ୧୫, ପାରାଦୀପରେ୧୫, ଚାନ୍ଦବାଲିରେ୧୫.୨, ଗୋପାଳପୁରରେ ୧୬.୮ ଓ ପୁରୀରେ ୧୭.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ