Masthead

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି। ବର୍ଷକୁ ଥରେ ବଡ଼ସିଂହାର ନୀତିରେ ହୋଇଥାଏ ପଦ୍ମବେଶ। ଦିନକ ପାଇଁ ପଦ୍ମବେଶରେ ପହୁଡ଼ ହୁଅନ୍ତି ମହାବାହୁ। ପଣ୍ଡୁ ପୂର୍ଣ୍ଣିମା ଠାରୁ ମହାପ୍ରଭୁଙ୍କ ପାଇଁ ପଦ୍ମବେଶ ପ୍ରସ୍ତୁତ ଆରମ୍ଭ ହୋଇଥାଏ। ଆଜି ଏହି ପଦ୍ମ ବେଶରେ ଶ୍ରୀଜିଉଙ୍କୁ ସଜାଯିବ। ସୋଲ, ଜରି, ଜମ୍ବୁରା, କଇଁଥ ଅଠା, ବାଉଁଶ, ବେତ ଓ ବିଭିନ୍ନ ପ୍ରକାରର କନା ବ୍ୟବହାର କରି ଏହି ବେଶ ତିଆରି କରାଯାଇଛି।ଏହି ବେଶ ନିର୍ମାଣ କାର୍ଯ୍ୟରେ ଦରଜୀ ଓ ଚିତ୍ରକର ସେବକ ମଧ୍ୟ ନିୟୋଜିତ ହୋଇଥାନ୍ତି।

କରପଲ୍ଲବ, ହଂସ, ଡ଼ାଳି, ଶ୍ରୀମୁଖ ପଦ୍ମ, ସିଂହାସନ ସହ ଗଛ, ଶ୍ରୀହସ୍ତ ପଦ୍ମ କଢ, ପଦ୍ମଫୁଲ ଓ ଚୂଳ ପ୍ରସ୍ତୁତ କରାଯାଇଛି। ବଡ଼ଛତା ମଠ ମହାପ୍ରଭୁଙ୍କ ପାଇଁ ଏହି ପଦ୍ମବେଶ ଯୋଗାଇ ଆସୁଛନ୍ତି। ଆଜି ସନ୍ଧ୍ୟାରେ ଏହି ବେଶ ଶ୍ରୀମନ୍ଦିରକୁ ନିଆଯିବ। ରାତିରେ ବଡ଼ସିଂହାର ବେଶରେ ମହାପ୍ରଭୁ ପଦ୍ମବେଶରେ ସଜ୍ଜିତ ହେବେ। ଗୁରୁବାର ମଙ୍ଗଳ ଆଳତୀ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କରିବାର ସୁଯୋଗ ପାଇବେ ଭକ୍ତ ଓ ସେବାୟତ। ମହାପ୍ରଭୁଙ୍କ ଏହି ଦୁର୍ଲଭ ପଦ୍ମବେଶ ଦର୍ଶନ କରିବା ପାଇଁ ଭକ୍ତ ଅପେକ୍ଷା କରି ବସିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ