Masthead

ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି ଅର୍ଥ ପାଇବେ ବୋଲି ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ‘ଏକ୍ସ’ରେ ଏହା କୁହାଯାଇଥିଲା। ତେବେ ଏଥର ନୂଆ କରି ସାମିଲ ହୋଇଥିବା ହିତାଧିକାରୀଙ୍କୁ ମଧ୍ୟ ଏଥର ଦିଆଯିବ ସୁଭଦ୍ରା ସହାୟତା ଟଙ୍କା। ସୂଚନାଯୋଗ୍ୟ, ଏଯାବତ ସୁଭଦ୍ରାରେ ୪ ଲକ୍ଷ ୫୭ ହଜାର ୬୮୧ ମହିଳା ସାମିଲ ହୋଇଛନ୍ତି।

ଏହାସହ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ମହିଳାଙ୍କୁ ମଧ୍ୟ ସାମିଲ କରାଯାଇଛି। ଏଥର ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ହିତାଧିକାରୀ ସାମିଲ ହୋଇଛନ୍ତି। ୨ ଲକ୍ଷ ୫୫ ହଜାର ୨୬୫ ମହିଳାଙ୍କୁ ଏହି ଯୋଜନାରେ ସାମିଲ କରାଯାଇଛି। ପୂର୍ବରୁ ହୋଇଥିବା ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ହିତାଧିକାରୀ ସୁଭଦ୍ରାରେ ସାମିଲ ହୋଇଥିଲେ। ଏକାବେଳେ ଏମାନେ ସୁଭଦ୍ରା ଯୋଜନାର ୨ଟି କିସ୍ତି ଟଙ୍କା ପାଇବେ ବୋଲି ଜଣାପଡିଛି। ଏହି ଯୋଜନା ଅଧିନରେ ମୋଟ ୩୧୫ କୋଟିରୁ ଅଧିକ ସହାୟତା ରାଶି ହିତାଧିକାରୀଙ୍କୁ ଦିଆଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି