Masthead

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦  ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟସଭା ଆସନ ପାଇଁ ଭାରତର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରକ୍ରିୟା ତ୍ବରାନ୍ବିତ ହୋଇଛି । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ । ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ଚିଠି ଲେଖିଛନ୍ତି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ ।

ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୬, ପଶ୍ଚିମବଙ୍ଗର ୫ଟି ଆସନ ଖାଲି ହେବ -ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ ଖାଲି ହେବ  । ଯଦି ଓଡ଼ିଶା କଥା ଦେଖିବା ତାହେଲେ ଓଡ଼ିଶାର ୪ଟି ଓ ହିମାଚଳ ପ୍ରଦେଶର ଗୋଟିଏ ଆସନ ଖାଲି ହେବାର ଅଛି । ଆସନ୍ତା ଏପ୍ରିଲ ୨ ତାରିଖରେ ସରୁଛି ଓଡ଼ିଶାର ୪ ସାଂସଦଙ୍କ କାର୍ଯ୍ୟକାଳ  । ମୁନ୍ନା ଖାଁ, ନିରଞ୍ଜନ ବିଶି, ମମତା ମହନ୍ତ ଓ ସୁଜିତ୍ କୁମାରଙ୍କ କାର୍ଯ୍ୟକାଳ ସରିବ । ଏହି ନିର୍ବାଚନ ପ୍ରକ୍ରିୟାରେ ରିଟର୍ଣ୍ଣିଂ ଅଫିସର ଏବଂ ସହାୟକ ରିଟର୍ଣ୍ଣିଂ  ଅଫିସରଙ୍କ ନିଯୁକ୍ତି ପାଇଁ ପ୍ରସ୍ତାବ ମଗାଯାଇଛି । ଏହି ପ୍ରସ୍ତାବରେ ଅଧିକାରୀଙ୍କୁ ଟେଲିଫୋନ ନମ୍ବର, ଫ୍ୟାକ୍ସ ନମ୍ବର ଏବଂ ଇମେଲ ଆଇଡି ଅନ୍ତର୍ଭୁକ୍ତ କରିବା ଆବଶ୍ୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା