Masthead

୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆକ୍ସନ ମୋଡରେ ଜିଲା ଶିକ୍ଷାଧିକାରୀ। ପୁରୀ ଜିଲାର ୭୨ ଜଣ ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଏକମାସର ଦରମା ବନ୍ଦ କରିବାକୁ ଚିଠି ଜରିଆରେ ନିର୍ଦ୍ଦେଶ ଜାରି କରାଯାଇଛି। ବର୍ଷା ସମୟରେ ବଜ୍ରପାତ ହେଲେ ସେଥିରୁ କିଭଳି ସୁରକ୍ଷିତ ରହିପାରିବେ ଏବଂ ସାପ କାମୁଡିଲେ ତୁରନ୍ତ କିଭଳି ପ୍ରାଥମିକ ଚିକିତ୍ସା ହୋଇପାରିବ ସେନେଇ ଜିଲାର ସମସ୍ତ ସ୍କୁଲରେ ସଚେତନତା କାର୍ଯ୍ୟକ୍ରମ ଜରିଆରେ ଛାତ୍ରୀଛାତ୍ରମାନଙ୍କୁ ଅବଗତ କରିବା ଲାଗି ନିର୍ଦେଶନାମା ଜାରି କରାଯାଇଥିଲା।

Image

ବଜ୍ରପାତ ସଚେତନ ପାଇଁ ଜିଲାର ସମସ୍ତ ବିଦ୍ୟାଳୟକୁ ୨୦୦୦ ଟଙ୍କା ଏବଂ ସାପକାମୁଡା ସଚେତନତା ଲାଗି ଜିଲାର ସମସ୍ତ ସ୍କୁଲକୁ ୨୫୦୦ ଟଙ୍କା ଲେଖାଏ ପ୍ରଦାନ କରାଯାଇଥିଲା। ତେବେ ଏହି ସଚେତନତା କାର୍ଯ୍ୟକ୍ରମର ଖର୍ଚ୍ଚର ହିସାବ ନ ଦେଇପାରିବାରୁ ୭୨ଜଣ ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଏକମାସର ଦରମା ବନ୍ଦ ପାଇଁ ଚିଠି ହୋଇଛି। ବଜ୍ରପାତ ସଚେତନତା କାର୍ଯ୍ୟକ୍ରମର ହିସାବ ନ ଦେବାରୁ ୩୮ ବିଦ୍ୟାଳୟର ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ ଏବଂ ସାପକାମୁଡା ଲାଗି ସଚେତନତା କାର୍ଯ୍ୟକ୍ରମର ହିସାବ ନଦେବାରୁ ୩୪ ଜଣ ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼