ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ବାହାର କାଠ ନିକଟରେ ପୋଲିସ ମାଡ଼ରେ ନାବାଳକ ଗୁରୁତର ଅଭିଯୋଗ। ତାଙ୍କୁ ମନ୍ଦିର ଆମ୍ବୁଲାନ୍ସ ଯୋଗେ ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆବଶ୍ୟକ ପଡିଲେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଯିବ ବୋଲି କହିଛନ୍ତି ଡାକ୍ତର । ଖବର ଅନୁଯାୟୀ, ନାବାଳକ ଜଣକ ଭଦ୍ରକ ଭଣ୍ଡାରୀପୋଖରୀ ଅଞ୍ଚଳର।
ଶୁକ୍ରବାର ରାତିରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପରିବାର ଲୋକଙ୍କ ସହିତ ପୁରୀ ଆସିଥିଲା ନାବାଳକ। ହେଲେ ନାବାଳକଙ୍କୁ ଶ୍ରୀମନ୍ଦିର ମଧ୍ୟରେ ମାଡ଼ ମାରିଥିବାର ଅଭିଯୋଗ ହୋଇଛି । ଯାହାପରେ ଆକ୍ସନମୋଡ଼କୁ ଆସିଛି ପୋଲିସ । ସିଟି ଡିଏସପି ଓ ସିଂହଦ୍ୱାରା ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି । ଏହାସହିତ ଶ୍ରୀମନ୍ଦିର ନାଟ ମଣ୍ଡପରେ ଲାଗିଥିବା ଫୁଟେଜକୁ ବି ଯାଞ୍ଚ କରୁଛି ପୋଲିସ । ତେବେ ନାବାଳକକୁ ପୋଲିସ କିମ୍ବା ଜେଟିପି, କିଏ ମାଡ଼ ମାରିଛନ୍ତି । ସେନେଇ ଜାରି ରହିଛି ତଦନ୍ତ ।
