Masthead

ଆହୁରି ବଢିବ ରାତି ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉପକୂଳ ଓଡ଼ିଶାରେ କମିବ ଶୀତ । ଭୁବନେଶ୍ୱର ସମେତ ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଗୋପାଳପୁରରେ ପାରଦ ୧୫ ଡିଗ୍ରୀ ବା ଏହାଠାରୁ ଅଧିକ ରହିପାରେ । ପାଣିପାଗ ବିଭାଗ ଏହି ଆକଳନ କରିଛି । ରାଜ୍ୟରେ ଶୀତର ପ୍ରକୋପ କିଛି ମାତ୍ରାରେ କମିବା ସହିତ ସର୍ବନିମ୍ନ ରାତି ତାପମାତ୍ରାରେ ବୃଦ୍ଧି ଘଟିଛି। ଆଗାମୀ ୪ଦିନ ପର୍ଯ୍ୟନ୍ତ ପାଗରେ ବିଶେଷ କିଛି ପରିବର୍ତ୍ତନ ନ ଥିବାବେଳେ ଏହାର ପର ୩ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଜାନୁଆରୀ ୩୦ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ ବୋଲି ସୂଚନା ଦିଆଯାଇଛି।

ସେହିପରି ଆସନ୍ତା ୩ଦିନ ଅର୍ଥାତ୍‌ ଜାନୁଆରୀ ୨୭ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡା, ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି ଏବଂ କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ପରିଲକ୍ଷିତ ହେବା ନେଇ ପୂର୍ବାନୁମାନ କରାଯାଇଛି। ବିଭାଗ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟାରେ ରାଜ୍ୟର ୪ ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା। ଜି.ଉଦୟଗିରିଠାରେ ୫.୭ ଡିଗ୍ରୀ, ସିମିଳିଗୁଡାରେ ୮.୪ ଡିଗ୍ରୀ, ରାଉରକେଲାରେ ୮.୫ ଡିଗ୍ରୀ, ଝାରସୁଗୁଡାରେ ୮.୭ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ୨୯ଟି ସହରର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିଲା। ରାଜ୍ୟରେ ଏବେ କୌଣସି ପାଣିପାଗ ନିୟାମକ ନ ଥିବାବେଳେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା