Masthead

ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ । ଦିଲ୍ଲୀଠୁ ପଲ୍ଲୀ ସବୁଠି ଚଳଚଞ୍ଚଳ । ଭୁବନେଶ୍ୱରର ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳନ ହୋଇଛି । ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ହରିବାବୁ କମ୍ଭମପତି ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହା ସହିତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମଧ୍ୟ ଉପସ୍ଥିତ ହୋଇଛନ୍ତି । ଗାନ୍ଧି ମାର୍ଗରେ ଭବ୍ୟ ପରେଡ୍ ହୋଇଛି ।ଅଭିବାଦନ ଗ୍ରହଣ କରିଛନ୍ତି ରାଜ୍ୟପାଳ । ପରେଡ୍‌ରେ ୫୪ଟି କଣ୍ଟିଜେଣ୍ଟଙ୍କ ଅଂଶଗ୍ରହଣ କରିଛନ୍ତି । ୪୫ ବାଳକ, ୩୫ ବାଳିକା ୭ଟି ବୁଲେଟରେ ଶ୍ରୀଶକ୍ତିରୁ ‘ଅପରେସନ୍ ସିନ୍ଦୂର’ ବାର୍ତ୍ତା ଦେଇଛନ୍ତି ।କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ମୁଖ୍ୟ ଅତିଥି ଭାବେ ସାମିଲ ହୋଇଛନ୍ତି ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଆଣ୍ଟୋନିଓ କୋଷ୍ଟା ଏବଂ ୟୁରୋପୀୟ କମିଶନର ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲେଏନ୍ ।

ଏଥିପାଇଁ ଦିଲ୍ଲୀରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ପ୍ରତି ବର୍ଷ ଭଳି ଏଥର ମଧ୍ୟ ମୁଖ୍ୟ ଆକର୍ଷଣ ରହିଛି ପରେଡ୍‌ ସୋ । ପରେଡରେ ଅଂଶଗ୍ରହଣ କରି କଳାକାର ମାନେ ମଧ୍ୟ ନିଜ ନିଜର କଳା ପ୍ରଦର୍ଶନ କରୁଛନ୍ତି । ସାଧାରଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ଅଭେଦ୍ୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରାଜଧାନୀର ବିଭିନ୍ନ ଅଞ୍ଚଳରେ ପ୍ରାୟ ୧୦ହଜାର ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ସୁରକ୍ଷା ନିରୀକ୍ଷଣକୁ ସୁଦୃଢ଼ କରିବା ପାଇଁ ଏଆଇ ବେସଡ୍‌ ସ୍ମାର୍ଟ ଚଷମା ଏବଂ ସିସି ଟିଭି କ୍ୟାମେରା ଭଳି ଉନ୍ନତ ବ୍ୟବସ୍ଥା ବ୍ୟବହାର କରାଯାଉଛି। ଯେକୌଣସି ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିଛନ୍ତି ହଜାର ହଜାର ସୁରକ୍ଷା ବାହିନୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର