Masthead

ଆସୁଛନ୍ତି ମହାମହିମ, ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି

ପୁରୀ (ବଡ଼ ଖବର ବ୍ୟୁରୋ): ଆସନ୍ତା ଫେବୃଆରୀ ୩ ତାରିଖରେ ପୁରୀ ଗସ୍ତରେ ଆସିବେ ଦେଶର ମହାମହିମ ରାଷ୍ଟ୍ରପତି ଦ୍ରୋପର୍ଦୀ ମୁର୍ମୁ। ୩ ତାରିଖ ସନ୍ଧ୍ୟାରେ ପୁରୀ ତାଳବଣିଆ ହେଲିପ୍ୟାଡ ଠାରେ ରାଷ୍ଟ୍ରପତି ପହଁଚିବା ପରେ ଲୋକଭବନ ଯିବେ। ୪ ତାରିଖ ସକାଳେ ପଞ୍ଚତୀର୍ଥ ପୁଷ୍କରିଣୀ ଶ୍ୱତଗଙ୍ଗାରେ ପୂର୍ବପୁରୁଷଙ୍କ ଉଦେଶ୍ୟରେ ପିଣ୍ଡଦାନ କରିବା ପରେ ୭.୪୦ ରେ ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ।

ତେବେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଗତକାଲି ଛତିଶାନିଯୋଗ ବୈଠକରେ ସମସ୍ତ ବ୍ୟବସ୍ଥାବଳୀ ସମ୍ପର୍କରେ ଆଲୋଚନା ହୋଇଥିବା ବେଳେ ଆଜି ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଏସପି ପ୍ରତୀକ୍ ସିଂ। ମହାମହିମଙ୍କ ଦୁଇଦିନିଆ ପୁରୀ ଗସ୍ତ ଉପଲକ୍ଷେ ସୁରକ୍ଷା ଦୃଷ୍ଟିରୁ ସମୁଦାୟ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବାସହ ବିଭିନ୍ନ ଜାଗାରେ ୬ ଜଣ କମାଣ୍ଡାଣ୍ଟ ରାଙ୍କର ଅଫିସର ନିୟୋଜିତ ହେବେ ବୋଲି ପୁରୀ ଏସପି କହିଛନ୍ତି। ତାଳବଣିଆ ହେଲିପ୍ୟାଡ୍ ଠାରୁ ଆରମ୍ଭ କରି ଲୋକଭବନ, ଶ୍ୱତଗଙ୍ଗା ପୁଷ୍କରିଣୀ, ଶ୍ରୀମନ୍ଦିର ଭିତରେ ଏବଂ ବାହାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବା ସହ ଟ୍ରାଫିକ ଉପରେ ମଧ୍ୟ କଟକଣା ରହିବ ବୋଲି ଏସପି କହିଛନ୍ତି।

ସେପଟେ ଶ୍ୱତଗଙ୍ଗା ପୁଷ୍କରିଣୀ ସଲଗ୍ନରେ ଗଢି ଉଠିଥିବା ବିଭିନ୍ନ ହୋମଷ୍ଟେ ଗୁଡିକରେ ୩ ତାରିଖ ଏବଂ ୪ ତାରିଖରେ କୌଣସି ପର୍ଯ୍ୟଟକଙ୍କ ରହଣୀ କିଭଳି ନହେବ ସେନେଇ ପର୍ଯ୍ୟଟନ ବିଭାଗ ସହ ଆଲୋଚନା କରାଯାଉଛି ବୋଲି ଏସପି କହିଛନ୍ତି। ଅନ୍ୟପଟେ ଶ୍ୱତଗଙ୍ଗା ପୁଷ୍କରିଣୀ ଚାରିପଟ ସ୍ଥିତିକୁ ଅନୁଧ୍ୟାନ କରିଛନ୍ତି ଖୋଦ୍ ପୁରୀ ଏସପିଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀମାନେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା