Masthead

ଶୀତ ଲହରି ଜାରି ରହିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ଦୁଇ ସପ୍ତାହ ଯାଏ ସ୍ୱଭାବିକଠାରୁ ଅଧିକ ଶୀତ ରହିବ । ଶୀତ ଲହରି ଜାରି ରହିବ । ଆଜିଠୁ ଫେବ୍ରୁଆରୀ ୫ ତାରିଖ ଯାଏ ସର୍ବନିମ୍ନ ତାପମାତ୍ରା ଆଭ୍ୟନ୍ତରୀଣ ଓଡ଼ିଶାରେ ୧୦ରୁ ୧୪ ଡିଗ୍ରୀ ରହିବ । ଉପକୂଳ ଓ ଏହାର ନିକଟବର୍ତ୍ତୀ ଜିଲ୍ଲାମାନଙ୍କରେ ୧୪ରୁ ୧୮ ଡିଗ୍ରୀ ରହିବ । ସେହିପରି ଆସନ୍ତା ଫେବ୍ରୁଆରୀ ୬ରୁ ୧୨ ତାରିଖ ମଧ୍ୟରେ ପଶ୍ଚିମ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ୬ରୁ ୧୦ ଡିଗ୍ରୀ ରହିବ । ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ୧୦ରୁ ୧୪ ଡିଗ୍ରୀ ରହିବ ।

ଉତ୍ତର ଉପକୂଳ ଅଞ୍ଚଳରେ ୧୪ରୁ ୧୬ ଡିଗ୍ରୀ ତାପମାତ୍ରା ରହିବ । ସାଧାରଣଠୁ କମ୍ ତାପମାତ୍ରା ରହିବ । ଏପରି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଦୁଇ ସପ୍ତାହ ଯାଏ ପୂର୍ବ ଭାରତ ଅଞ୍ଚଳରେ ସ୍ୱାଭାବିକଠୁ ୨ରୁ ୪ ଡିଗ୍ରୀ କମ୍ ତାପମାତ୍ରା ରହିବ । ଏହି କ୍ରମରେ ଓଡ଼ିଶାରେ ମଧ୍ୟ ସର୍ବନିମ୍ନ ତାପମାତ୍ରା କମ ରହିବ । ଶୁକ୍ରବାର ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଢେଙ୍କାନାଳ, ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ