Masthead

ବନ୍ଧୁକ ମୁନରେ ବ୍ୟବସାୟୀଙ୍କ ଘରୁ ଡକାୟତି

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ସଦର ଥାନା ଶୁଆକାଟି ଫାଣ୍ଡି ଅନ୍ତର୍ଗତ ବାୟାପଣ୍ଡାଦର ଗାଁରେ ସଶସ୍ତ୍ର ଡ଼କାୟତି । ବିଜେଡ଼ି ନେତା ସଂଗ୍ରାମ କେଶରୀ ନାଏକ ଙ୍କ ଘରେ ପଶିଲେ ୮ଜଣ ବନ୍ଧୁକଧାରୀ ଡ଼କାୟତ । ପ୍ରଥମେ ଫାଙ୍କା ଗୁଳିଚାଳନା କରି ଘରର ସମସ୍ତ ସଦସ୍ୟଙ୍କୁ ଗୋଟିଏ ଘରେ ପସାଇ ୬ଲକ୍ଷରୁ ଉର୍ଦ୍ଧ୍ଵ ନଗଦ ଟଙ୍କା ଓ ୨୦ ଲକ୍ଷରୁ ଉର୍ଦ୍ଧ୍ବ ସୁନାଗହଣା ଲୁଟି ନେଲେ । ସମାନ ଢ଼ଙ୍ଗରେ ଗୋଟିଏ ଦିନ ପୂର୍ବରୁ ଖୁରେଇଟାଙ୍ଗିରି ଗାଁର ବ୍ୟବସାୟୀଙ୍କ ଘରୁ ହୋଇଥିଲା ୧୦ ଲକ୍ଷରୁ ଅଧିକଟଙ୍କା ଲୁଟ୍ । ସଂଗ୍ରାମଙ୍କର କହିବା ଅନୁସାରେ ଡକାୟତ ମାନେ ପ୍ରଥମେ ଜଣେ ବ୍ୟକ୍ତିକୁ ଟେକି ଟେକି ଆଣି ଦୁର୍ଘଟଣା ଘଟି ଯାଇଛି ଟିକେ ପାଣି ଦିଅ କହି ଡ୍ରାମା କରିଥିଲେ ।

ଘର ଲୋକେ ପାଣି ଦେବାକୁ କବାଟ ଖୋଲିବା ମାତ୍ର ଆଠ ଜଣ ମୁଖା ପିନ୍ଧା ଡକାୟତ ତୁରନ୍ତ ଘର ଭିତରେ ପଶି ସମସ୍ତଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ମୋବାଇଲ ସବୁ ଛଡାଇ ନେବା ସହ ସମସ୍ତ ଙ୍କୁ ଗୋଟେ ଘରେ ପୁରାଇ କାବାଟ ବନ୍ଧ କରି ଦେଇଥିଲେ ଓ ଏହା ପରେ ପୁରା ଘରର ଅଲମାରି , ଖଟର ବକ୍ସ ଓ ବ୍ୟାଗ ଆଦି ଖୋଲି ତନ୍ନ ତନ୍ନ କରି ଖୋଜି ସମସ୍ତ ଟଙ୍କା ପଇସା ଓ ସୁନା ଗହଣା ନେଇ ଫେରାର ହୋଇ ଯାଇଥିଲେ । ଡକାୟତ ମାନଙ୍କ ମଧ୍ୟରୁ ୭ ଜଣ ମୁଖା ପିନ୍ଧିଥିଲେ ଓ ଜଣେ ମୁଖା ପିନ୍ଧି ନଥିଲା ଓ ସମସ୍ତଙ୍କ ହାତରେ ବନ୍ଧୁକ ଥିବା ସଂଗ୍ରାମ କହିଛନ୍ତି । ତୁରନ୍ତ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ