Masthead

ଭାରତ ସହ ଟି-୨୦ ବିଶ୍ବକପ୍ ଖେଳିବ ପାକିସ୍ତାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭାରତ ସହ ଟି-୨୦ ବିଶ୍ବକପ୍ ଖେଳିବ ପାକିସ୍ତାନ। ଆଇସିସିର କଡ଼ା ଆଭିମୁଖ୍ୟ ଆଗରେ ପାକିସ୍ତାନ ୟୁ-ଟର୍ଣ୍ଣ ନେଇଥିବା ସୂଚନା ମିଳିଛି। ଭାରତ ବିପକ୍ଷରେ ଖେଳିବା ପାଇଁ ରାଜି ହୋଇଛି ପାକିସ୍ତାନ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ଆସନ୍ତା ୧୫ ଫେବ୍ରୁଆରିରେ ଶ୍ରୀଲଙ୍କାର କଲମ୍ବୋଠାରେ ହାଇଭୋଲଟେଜ୍ ମ୍ୟାଚ୍ ଖେଳାଯିବ । ଲାହୋରରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ପାକିସ୍ତାନ କ୍ରିକେଟ୍ ବୋର୍ଡ ଏହି ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି । ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ, ଆଇସିସି ସହିତ ପିସିବିର ଆଲୋଚନା ବେଳେ ପାକିସ୍ତାନ ଭାରତ ସହିତ ଖେଳିବାକୁ ରାଜି ଥିବା ଜଣାଇଛି ।

ତେବେ ଆଇସିସି ଏବଂ ପିସିବିର ଔପଚାରିକ ଘୋଷଣାକୁ ଅପେକ୍ଷା ରହିଛି । ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ତଥ୍ୟ ଅନୁସାରେ, ଭାରତ ସହ ଖେଳିବାକୁ ପାକିସ୍ତାନ ୩ଟି ସର୍ତ୍ତ ରଖିଥିଲା । କିନ୍ତୁ ଇଣ୍ଟରନ୍ୟାସନାଲ କ୍ରିକେଟ୍ କାଉନସିଲ୍ ବା ଆଇସିସି ସମସ୍ତ ସତ୍ତର୍କୁ ପ୍ରତ୍ୟାଖ୍ୟାନ କରିଛି । ପିସିବିକୁ ଚରମ ଚେତାବନୀ ଦେଇଛି ଆଇସିସି । ଯଦି ପାକିସ୍ତାନ ଧାର୍ଯ୍ୟ ସମୟରେ ନିଷ୍ପତ୍ତି ନନିଏ, ତେବେ ସେମାନଙ୍କୁ ଟୁର୍ଣ୍ଣାମେଣ୍ଟରୁ ବାଦ୍ ଦିଆଯାଇପାରେ । ସେପଟେ ସୁରକ୍ଷା କାରଣ ଦର୍ଶାଇ ଭାରତ ଆସିବାକୁ ମନା କରୁଥିବା ବାଂଲାଦେଶର ଦାବିକୁ ମଧ୍ୟ ଆଇସିସି ଅଗ୍ରାହ୍ୟ କରିଛି । ତେଣୁ ୧୫ ତାରିଖରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଟି-୨୦ ମ୍ୟାଚ ହେବା ଏକପ୍ରକାର ନିଶ୍ଚିତ । ବିଧିବଦ୍ଧ ଘୋଷଣା ବାକି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର