ବଦଳିଲା ସନା ଓ ଅରବିନ୍ଦଙ୍କ ସିଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିଲମ୍ବନ ପରେ ବଦଳିଲା ସନାତନ ମହାକୁଡ ଓ ଅରବିନ୍ଦ ମହାପାତ୍ରଙ୍କ ବିଧାନସଭା ବସିବା ସିଟ । ଅରବିନ୍ଦ ମହାପାତ୍ରଙ୍କ ସିଟ ଆଗରୁ ଥିଲା G19, ଏବେ ହେଲା F୧19 । ସନାତନ ମହାକୁଡଙ୍କ ସିଟ ଆଗରୁ ଥିଲା F14, ଏବେ ହେଲା F21 । ଅରବିନ୍ଦ ମହାପାତ୍ରଙ୍କ ସିଟ ସୁନିଲ ମହାନ୍ତିଙ୍କ ସହ ପରିବର୍ତ୍ତନ ହୋଇଛି । ମାଧବ ଧଡାଙ୍କ ସିଟ ସହ ପରିବର୍ତ୍ତନ ହେଲା ସନାତନ ମହାକୁଡଙ୍କ ସିଟ୍‌ । ଉଭୟଙ୍କୁ ବିଜେଡିରୁ ନିଲମ୍ୱନ କରାଯାଇଛି ।

ସେପଟେ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡିରୁ ନିଲମ୍ବନ ପରେ ରାଜନୀତି ଥମିବ କଣ ବରଂ ତେଜିବାରେ ଲାଗିଛି । ଅରବିନ୍ଦ ଆଜି ସାଂଘାତିକ ବୟାନ ଦେଇଛନ୍ତି । ସେ କହିଛନ୍ତି, ବିଜେଡିର ଅନେକ ନେତା ଏବେ ତାଙ୍କ ସହ ଯୋଗାଯୋଗରେ ଅଛନ୍ତି । ସେମାନେ ନିଲମ୍ବନ କଥା ଶୁଣି ଆଶ୍ଚର୍ୟ୍ୟ ହେଉଥିବା କହିଛନ୍ତି ଅରବିନ୍ଦ। ଗତ ୧୪ ତାରିଖରେ କେନ୍ଦ୍ରାପଡ଼ା ଜିଲ୍ଲାର ଡେରାବିଶରେ ଅରବିନ୍ଦଙ୍କ ବିରୋଧରେ ବିଶାଳ ସଭା କରିଥିଲା ବିଜେଡି । ଅରବିନ୍ଦଙ୍କ ବିରୋଧରେ ବିଷ ଓଗାଳିଥିଲା ବିଜେଡି । ଏହାକୁ କାଉଣ୍ଟର କରି ବୟାନ ଦେଇଛନ୍ତି ଅରବିନ୍ଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!