୨୩ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୩ ଜିଲାରେ ଝଡ଼ବର୍ଷା ହେବା ସମ୍ଭାବନା । ୩୦ରୁ ୪୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି।  ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଥିବା ଘୂର୍ଣ୍ଣିବଳୟ ୧.୫ କିଲୋମିଟର ପର୍ଯ୍ୟନ୍ତ ଉପରକୁ ବିସ୍ତାରିତ ହୋଇ ରହିଛି। ଏହା ପୂର୍ବଦିଗରେ ଗତି କରି ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବୁଧବାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି।

ଗୁରୁବାର ୨୩ ଜିଲାରେ ଝଡ଼ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ୱାର୍ଣ୍ଣିଂ ଜାରି ହୋଇଥିବା ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଓ ଢେଙ୍କାନାଳ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ