Masthead

ଏବେ ଠୁ ଏତେ ଖରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢ଼ିବାରେ ଲାଗିଛି ତାପମାତ୍ରା । ଶୁକ୍ରବାର ଝାରସୁଗୁଡ଼ା ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍ ଛୁଇଁଛି, ଯାହାକି ସ୍ୱାଭାବିକଠାରୁ ୩ ଡିଗ୍ରୀ ଅଧିକ । କେବଳ ସେତିକି ନୁହେଁ, ରାଜ୍ୟର ୬ଟି ସ୍ଥାନରେ ପାରଦ ୩୫ ଡିଗ୍ରୀ ଉପରେ ଥିଲା । ସମ୍ବଲପୁର ତାପମାତ୍ରା ୩୫.୨, ହୀରାକୁଦ ୩୫.୬, ଟିଟିଲାଗଡ଼ ୩୫, ପାରଳାଖେମୁଣ୍ଡି ୩୫.୬, ଭଦ୍ରକ ୩୫ ଡିଗ୍ରୀ ଥିବାବେଳେ ଭୁବନେଶ୍ୱରରେ ପାରଦ ୩୪.୪ ଡିଗ୍ରୀ ଛୁଇଁଥିଲା ।

ଶୁକ୍ରବାର ଅନେକ ସ୍ଥାନରେ ପାରଦ ୩୩ରୁ ୩୪ ଡିଗ୍ରୀ ମଧ୍ୟରେ ରହିଥିଲା । ରାଜ୍ୟରେ ବର୍ତ୍ତମାନ ପାଗ ଶୁଖିଲା ରହିବା ସହ ଖରା ପ୍ରକୋପ କ୍ରମଶଃ ବୃଦ୍ଧି ପାଇବ । ଦିନର ସର୍ବୋଚ୍ଚ ତାପମାତ୍ରା ଆସନ୍ତା ୨ ଦିନରେ ୨ରୁ ୩ ଡିଗ୍ରୀ ସେଲସିୟସ୍ ବଢ଼ିପାରେ । କେବଳ ଦିନ ନୁହେଁ, ଏଣିକି ରାତି ତାପମାତ୍ରା ମଧ୍ୟ ବୃଦ୍ଧି ପାଇବ । ଆସନ୍ତା ୨ ଦିନ ଭିତରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ