Masthead

ପରୀକ୍ଷାକୁ ଯାଉଥିବା କଲେଜ ଛାତ୍ରୀଙ୍କୁ ବ୍ଲେଡ୍‌ରେ ଆକ୍ରମଣ

ନିମାପଡ଼ା (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ଗୋପ ଥାନା ଅନ୍ତର୍ଗତ ନାଗପୁର ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା। କଲେଜକୁ ପରୀକ୍ଷା ଦେବାକୁ ଯାଉଥିବା ସମୟରେ ଜଣେ କଲେଜ ଛାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ । ଛାତ୍ରୀ ଜଣକ ଗୋପ କଲେଜରେ +୨ ପରୀକ୍ଷା ଦେବାକୁ ଘରୁ ବାହାରିଥିବା ବେଳେ ଘର ଠାରୁ ପ୍ରାୟ ୨୦୦ ମିଟର ଦୂରରେ ଦୁର୍ବୃତ୍ତ ତାଙ୍କୁ ବ୍ଲେଡ୍‌ରେ ଆକ୍ରମଣ କରିଥିଲେ। ଏପରିକି ଛାତ୍ରୀଙ୍କ ନିଜ ଓଢ଼ଣିରେ ତାଙ୍କର ତଣ୍ଟି ଚିପି ହତ୍ୟାଚେଷ୍ଟା ହୋଇଥିବା ଅଭିଯୋଗ ହେଉଛି।

ଆକ୍ରମଣରେ ଗୁରୁତର ଆହତ ହୋଇଥିବା ଛାତ୍ରୀ ହେଲେ ରାନୀ ବିଶ୍ୱାଳ। ତାଙ୍କର ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ। ପ୍ରଥମେ ତାଙ୍କୁ ନାଗପୁର ମେଡିକାଲକୁ ଓ ପରେ ଗୁରୁତର ଅବସ୍ଥାରେ ଗୋପ ମେଡିକାଲକୁ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ କହିବା ଅନୁସାରେ ଛାତ୍ରୀଙ୍କ ବେକରେ ଗଭୀର କ୍ଷତ ଥିବା ଜଣାପଡ଼ିଛି। ଏହି ଘଟଣା ପରେ ଅଞ୍ଚଳରେ ତୀବ୍ର ଉତ୍ତେଜନା ଦେଖାଦେଇଛି। ଘଟଣା ସମ୍ପର୍କରେ ଖବର ପାଇ ଗୋପ ପୋଲିସ ତଦନ୍ତ ଆରମ୍ଭ କରିଛି ଓ ଆକ୍ରମଣକାରୀଙ୍କୁ ଧରିବା ପାଇଁ ଚେଷ୍ଟା ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ