ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ): ତିର୍ତ୍ତୋଲ ତହସିଲଦାର କାର୍ଯ୍ୟକଳାପକୁ ନେଇ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଚିଠି ଲେଖିଲେ ଜଗତସିଂହପୁର ଜିଲ୍ଲାପାଳ। ତିର୍ତ୍ତୋଲ ଅଞ୍ଚଳରେ ବେଆଇନ ଇଟାଭାଟି ଉଚ୍ଛେଦକୁ ବିଳମ୍ବ ନେଇ ତିର୍ତ୍ତୋଲ ତହସିଲଦାରଙ୍କ ଉପରେ ଜିଲ୍ଲାପାଳ ଅସନ୍ତୋଷ ପ୍ରକାଶ କରିଛନ୍ତି। ତିର୍ତ୍ତୋଲ ତହସିଲଦାର ମହେଶ୍ବର ବେହେରା ଉପରିସ୍ଥ ଅଧିକାରୀଙ୍କ ଆଦେଶକୁ ଅଣଦେଖା କରିଥିବା ଚିଠିରେ ଦର୍ଶାଯାଇଛି। ତାଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ରାଜସ୍ବ ବିପର୍ଯ୍ୟୟ ପରିଚାଳନା ବିଭାଗକୁ ଚିଠି ହୋଇଛି।

Image

ତିର୍ତ୍ତୋଲ ଅଞ୍ଚଳରେ ଅନେକ ବେଆଇନ ଇଟାଭାଟି ରହିଛି। ଯାହାର ଅନେକ ଅଭିଯୋଗ ଜିଲ୍ଲାପାଳଙ୍କ ପାଖରେ ହସ୍ତଗତ ହୋଇଛି। ଅନେକ ଇଟାଭାଟି ମାଲିକମାନେ ସରକାରୀ ଜାଗାକୁ ଜବରଦଖଲ କରିବା। ସମସ୍ତ ନିୟମକୁ ଉଲଂଘନ କରିବା ପ୍ରମାଣ ମିଳିଛି। ତିର୍ତ୍ତୋଲ ଅଞ୍ଚଳରେ ଅନେକ ବେଆଇନ ଇଟାଭାଟିକୁ ଭାଙ୍ଗିବା ପାଇଁ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପ୍ରଶାନର ନିୟମକୁ ଅବମାନନା କରିଥିବାରୁ ତାଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି ରେ ଦର୍ଶା ଯାଇଛି।

Image

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’