Masthead

ମାର୍ଚ୍ଚରୁ ଡରାଇଲାଣି ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମାର୍ଚ୍ଚ ପ୍ରଥମାର୍ଦ୍ଧରୁ ଡରାଇଲାଣି ତାତି, ୪୦ ଡିଗ୍ରି ଟପିଲାଣି ଦିନ ତାପମାତ୍ରା । ଗୁରୁବାର ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ଝାରସୁଗୁଡ଼ାରେ ୪୦ ଡିଗ୍ରି ଅତିକ୍ରମ କରିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଚଳିତ ଥର ପ୍ରଥମଥର ପାଇଁ ଦିନ ତାପମାତ୍ରା ୪୦ ଡିଗ୍ରି ଡେଇଁଛି । ହୀରାକୁଦରେ ତାପମାତ୍ରା ୩୯.୨ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ସମ୍ବଲପୁର ଓ ସୁନ୍ଦରଗଡ଼ରେ ପାରଦ ୩୯ ଡିଗ୍ରୀ, ଭୁବନେଶ୍ୱରରେ ୩୮.୬ ଡିଗ୍ରି , କଟକରେ ୩୫.୬ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି ।

ଆଗକୁ ପାରଦ ଆହୁରି ୨ରୁ ୩ଡିଗ୍ରୀ ବୃଦ୍ଧି ସମ୍ଭାବନା ରହିଥିବା ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ସେପଟେ ଖରା ତାତି ଭିତରେ ସାମାନ୍ୟ ଆଶ୍ବସ୍ତି ଆଣିପାରେ କାଳବୈଶାଖୀ । ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ପବନ ବହିପାରେ । ଆସନ୍ତା ୧୫ ଓ ୧୬ ତାରିଖରେ ମଧ୍ୟ ରାଜ୍ୟର ଉତ୍ତର ଓ ଉପକୂଳ ଜିଲ୍ଲାରେ କାଳବୈଶାଖୀ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା