Masthead

ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ): ମହିଳା ଡାକ୍ତରଙ୍କ ଦାଦାଗିରି । ଗଞ୍ଜାମ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରୁ ଆସିଛି ଅଭାବନୀୟ ଦୃଶ୍ୟ। ମହିଳା ଡାକ୍ତରଙ୍କ ରୋଗୀସେବା କମ, ଦବଙ୍ଗଗିରି ବେଶୀ। ଚାରିଜଣ ରୋଗୀଙ୍କୁ ଗାଳି ଗୁଲଜ କରିବା ସହ ମାଡ଼ ମାରିଲେ ମହିଳା ଡାକ୍ତର। ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ ଥାନାରେ ମାମଲା ରୁଜୁ। ପୋଲିସ ମହିଳା ଡାକ୍ତରଙ୍କୁ ଥାନାକୁ ଆଣି ପଚରାଉଚରା ପରେ ଛାଡି ଦେଇଥିବା ଜଣାପଡିଛି । ଭଞ୍ଜନଗର ଭେଜିପୁଟ ଅଂଚଳର ରେଣୁକା ସ୍ୱାଇଁ ଙ୍କ ସ୍ୱାସ୍ଥ୍ୟ ଖରାପ ଥିବାରୁସେ ତାଙ୍କ ଭାଣିଜୀଙ୍କ ସହ ଗତକାଲି ରାତିରେ ମେଡିକାଲକୁ ଯାଇଥିଲେ।

ହେଲେ ସେଠାରେ ନିଶାସକ୍ତ ଅବସ୍ଥାରେ ଥିବା ମହିଳା ଡାକ୍ତର କିରଣ ମହାପାତ୍ର ତାଙ୍କୁ ଅଭଦ୍ର ଭାଷାରେ ଗାଳି ଗୁଲଜ କରିବା ସହ ପ୍ରବଳ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଖାଲି ସେତିକି ନୁହେଁ ଜଣେ ଗୁରୁତର ରୋଗୀଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର ବେଳେ ରୋଗୀଙ୍କ ବାପା ଦାୟିତ୍ୱରେ ଥିବା ମହିଳା ଡାକ୍ତରଙ୍କ ପାଖକୁ ଚିକିତ୍ସା ସମ୍ୱନ୍ଧୀୟ କାଗଜ ପତ୍ର ଆଣିବାକୁ ଯାଇଥିବା ବେଳେ ତାଙ୍କୁ ମଧ୍ୟ ମାଡ଼ ମାରିଥିଲେ।ତାଙ୍କ ଭଉଣୀ ପ୍ରତିରୋଧ କରିବାରୁ ତାଙ୍କୁ ବି ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏପଟେ କିନ୍ତୁ ମହିଳା ଡାକ୍ତର ମାଡ଼ ମାରିଥିବା ଘଟଣାକୁ ଖଣ୍ଡନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ