Masthead

ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୮ ତାରିଖ ଯାଏ ବର୍ଷା ସହ ପବନ ଲାଗି ରହିବ। ମୟୂରଭଞ୍ଜ, ବାଲେଶ୍ବର ଓ ରାୟଗଡ଼ାକୁ ଅରେଞ୍ଜ ଆଲର୍ଟ । ଅନ୍ୟ ଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଆଜିଠୁ ପାଗ ବଦଳିବ, ବର୍ଷା ସହ ହେବ ପବନ । ୧୬ ତାରିଖରେ ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ଝଡ଼ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ୩ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଆଗକୁ ବର୍ଷା ଥିବାରୁ ଆସନ୍ତା ୪ ଦିନ ରାଜ୍ୟରେ ଦିନ ତାପମାତ୍ରା ୩ରୁ ୫ ଡିଗ୍ରୀ କମିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ୧୭ ଓ ୧୮ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଶନିବାର ୩ଟି ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ରହିଥିଲା। ଝାରସୁଗୁଡ଼ାରେ ୪୦.୨, ଟିଟିଲାଗଡ଼ରେ ୪୦ ଓ ସମ୍ବଲପୁରରେ ୪୦ ଡିଗ୍ରୀ ରେକର୍ଡ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ