Masthead

ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ । ରାଜ୍ୟର ୫୧ଟି କେନ୍ଦ୍ରରେ ଖାତା ମୂଲ୍ୟାୟନ କରାଯିବ । ଦିନ ୧୦ ଟାରୁ ଆରମ୍ଭ ହେବ ଖାତା ଦେଖା । ରାଜ୍ୟର ପ୍ରାୟ ୧୫ ହଜାର ବରିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି । ଖାତା ଦେଖା ବେଳେ କେନ୍ଦ୍ର ଭିତରକୁ ମୋବାଇଲ ସମ୍ପୂର୍ଣ୍ଣ ବାରଣ । ସମସ୍ତ ମୂଲ୍ୟାୟନ କେନ୍ଦ୍ରରେ ଆଲୋକ ବ୍ୟବସ୍ଥା, ପାନୀୟ ଜଳ, ଫ୍ୟାନ, ଶୌଚାଳୟ ବ୍ୟବସ୍ଥା ପାଇଁ ବୋର୍ଡ ପକ୍ଷରୁ ନିର୍ଦେଶ ଦିଆଯାଇଛି ।

ଏପ୍ରିଲ ୨ ତାରିଖ ଯାଏଁ ଚାଲିବ ଖାତା ମୂଲ୍ୟାୟନ ପ୍ରକ୍ରିୟା। ମେ ପ୍ରଥମ ସପ୍ତାହରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଁ ଲକ୍ଷ୍ୟ ରହିଛି। ସେପଟେ ରାମ ନବମୀରେ ଓ ଇଦୁଲ ଫିତରରେ ଛୁଟିନଥିବାରୁ ଅସନ୍ତୋଷ ବଢ଼ିଛି । ଆସନ୍ତା ୧୯ ତାରିଖରୁ ଏପ୍ରିଲ ୨ ତାରିଖ ଯାଏ ମୂଲ୍ୟାଙ୍କନ ହେବ । ଏଥିପାଇଁ ବୋର୍ଡ ତରଫରୁ ବିଧିବଦ୍ଧ ଭାବେ ନୋଟିସ ଜାରି କରାଯାଇଛି। କିନ୍ତୁ ଆସନ୍ତା ୨୧ ତାରିଖରେ ଇଦୁଲଫିତର ପର୍ବ ଥିବା ବେଳେ ଆସନ୍ତା ୨୭ ତାରିଖରେ ରାମ ନବମୀ ପାଳିତ ହେବ।

ସେଥିପାଇଁ ଏହି ଦୁଇ ଦିନକୁ ଓଡ଼ିଶା ସରକାର ଛୁଟି ଘୋଷଣା କରିବା ସହିତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ପାଇଁ ମଧ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ଚିଠି ଅନୁସାରେ ଛୁଟି ଘୋଷଣା ସହ ବିଦ୍ୟାଳୟ ବନ୍ଦ ପାଇଁ ନିର୍ଦ୍ଦେଶନାମା ଅଛି। କିନ୍ତୁ ଏହି ଦୁଇଦିନ ଛୁଟିରେ ସମସ୍ତ ୫୧ ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖିବେ ଶିକ୍ଷକ ଶିକ୍ଷୟିତ୍ରୀ । ଏହି ଦିନ କାହିଁକି ଛୁଟି ମିଳିବନି ବୋଲି ପ୍ରଶ୍ନ କରିଛନ୍ତି ଶିକ୍ଷକ ଶିକ୍ଷୟିତ୍ରୀ। ଓଡିଶା ସରକାରୀ ହାଇସ୍କୁଲ ଏନ.ପି.ଏସ. ଶିକ୍ଷକ ସଂଘ କହିଛି ଯେ ଏ ନେଇ ମୁଖ୍ୟମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ ସମେତ ବୋର୍ଡର ଉଚ୍ଚ ଅଧିକାରୀମାନଙ୍କୁ ଅବଗତ କରାଯାଇଛି। ଯଦି ଏହି ସମସ୍ୟାର କିଛି ସମାଧାନ ନ ହୁଏ ତାହେଲେ ବାଧ୍ୟ ହୋଇ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି