Masthead

୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଗୁରୁବାର ୧୦ ଜିଲାକୁ ବିଜୁଳି ଘଡଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ କଟକ ଓ ଢେଙ୍କାନାଳ ଜିଲାରେ ବିଜୁଳି ଘଡଘଡି ସହ କୁଆପଥର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

ଏହାସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି କଳାହାଣ୍ଡି ଓ ନବରଙ୍ଗପୁରରେ ୪୦ରୁ ୫୦ କିମି ବେଗରେ ପବନ ସହ ବିଜୁଳି ଘଡଘଡି ଜନିତ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଅନ୍ୟପକ୍ଷରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲାରେ ବିଜୁଳି ଘଡଘଡି ବର୍ଷା ସହ ୩୦ ରୁ ୪୦ କିମି ପବନ ବହିବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ୨୩ ତାରିଖ ଯାଏ ଝଡ଼ବର୍ଷା ଲାଗି ରହିବ। ଘଡ଼ଘଡ଼ି ଓ କୁଆପଥର ପଡିବା ସମୟରେ ସତର୍କତା ଅବଲମ୍ବନ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ବୁଧବାର ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ପ୍ରାୟତଃ ୩୪ରୁ ୩୬ ଡିଗ୍ରୀ ପାଖାପାଖି ଥିଲା । ଚାନ୍ଦବାଲି ୩୬.୪, ଅନୁଗୁଳ ୩୬.୧, ଝାରସୁଗୁଡ଼ା ୩୬.୨, ତାଳଚେର ୩୬.୫, ବୌଦ୍ଧ ୩୬.୨, ଭଦ୍ରକ ୩୬ ଡିଗ୍ରୀ ସେଲ୍ସିୟସ ଥିବାବେଳେ ଭୁବନେଶ୍ୱର ୩୪.୭, କଟକ ୩୪.୨ ଡିଗ୍ରୀ ସେଲ୍ସିୟସ୍ ରେକର୍ଡ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ବିସ୍ଫୋରଣରୁ ଅଗ୍ନିକାଣ୍ଡ; ୯ ମୃତ 🔴 ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ଦିଲ୍ଲୀରେ ବିସ୍ଫୋରଣରୁ ଅଗ୍ନିକାଣ୍ଡ; ୯ ମୃତ 🔴 ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ