Masthead

ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ୬ ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ହୋଇପାରେ । ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ପାଇଁ ଏହି ଆଶଙ୍କା ଅଛି । ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି । ୨୧ ତାରିଖ (ଶନିବାର) ମଧ୍ୟ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଝଡ଼ବର୍ଷା ଆଶଙ୍କା ଅଛି । ପାଣିପାଗ ବିଭାଗ ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ।

ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ୨୦ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ୬ ଜିଲ୍ଲାରେ ଘଡ଼ଘଡ଼ି ଓ କୁଆପଥର ବର୍ଷା ସହିତ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ସେହିଭଳି ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏ ସବୁ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ଅଛି । ୨୧ରେ ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୫ ତାରିଖ ଯାଏ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । କାଳବୈଶାଖୀ ପ୍ରଭାବରେ ଅଚାନକ ଘଡ଼ଘଡ଼ି ଓ ବର୍ଷା ଆଶଙ୍କା ଥିବାରୁ ଲୋକେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି