Masthead

କଲବଲ କରିବ କାଳବୈଶାଖୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଲବଲ କରିବ କାଳବୈଶାଖୀ । ମାର୍ଚ୍ଚ ଶେଷ ସପ୍ତାହରେ ଓଡ଼ିଶାରେ କାଳ ବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ । ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ହେବ । ଏଥିସହ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ନଜରରେ ରଖି ସ୍ୱତନ୍ତ୍ର ରିଲିଫ କମିସନରଙ୍କ ପକ୍ଷରୁ ୨୬ରୁ ୨୮ ତାରିଖ ପର୍ୟ୍ୟନ୍ତ ରାଜ୍ୟର ଅଧାରୁ ଅଧିକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସତର୍କତା ଅବଲମ୍ବନ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।

ସେପଟେ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଆଜି ବାଲେଶ୍ବର , ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବଜ ବହିବା ସହ ବଜ୍ରପାତ ହୋଇପାରେ । ୨୬ ତାରିଖରେ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ ନବରଙ୍ଗପୁର, ୨୭ ତାରିଖରେ ଭଦ୍ରକ, ବାଳେଶ୍ବର, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଝଡ଼ିବର୍ଷା ହୋଇପାରେ । ସେହିପରି ୨୮ ତାରିଖରେ କୋରାପୁଟ, ରାୟଗଡ଼ା, ଗଜପତି ଓ ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’