Masthead

୩ ଯାଏ କାଳବୈଶାଖୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କାଳବୈଶାଖୀ ପ୍ରକୋପ ଜାରି  । ଆସନ୍ତା ଏପ୍ରିଲ ୩ ପର୍ଯ୍ୟନ୍ତ ପ୍ରତିଦିନ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ଏବଂ ପବନ ହୋଇପାରେ । ଅନ୍ୟପଟେ ଆସନ୍ତା ୩ ଦିନ ପରେ ରାଜ୍ୟରେ ଦିନ ତାପମାତ୍ରା କ୍ରମଶଃ ବଢ଼ିବ । ପ୍ରାୟ ୨ରୁ ୩ ଡିଗ୍ରୀ ସେଲସିୟସ୍ ବଢ଼ିପାରେ ତାପମାତ୍ରା । ପାଣିପାଗ ବିଭାଗର ପୂର୍ବାନୁମାନ ହେଲା, ରବିବାର (୨୯ ମାର୍ଚ୍ଚ) ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, କୋରାପୁଟ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି ।

ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି, ରାୟଗଡ଼ାରେ ବଜ୍ରପାତ ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ଆଶଙ୍କା ଅଛି । ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କୋରାପୁଟ ଓ ମାଲକାନଗିରିରେ ବର୍ଷା, ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ ମାଡ଼ ହୋଇପାରେ ପବନ । ସୋମବାର ଦକ୍ଷିଣ ଓଡ଼ିଶାର ଅଳ୍ପ କେତେକ ସ୍ଥାନ, ଉତ୍ତର ଉପକୂଳର ଗୋଟିଏ ଦୁଇଟି ସ୍ଥାନ ସହ ମୟୂରଭଞ୍ଜ, କେନ୍ଦୁଝରରେ ହାଲୁକାରୁ ମଧ୍ୟମ ବର୍ଷା, ବଜ୍ରପାତ ହୋଇପାରେ । କେତେକ ସ୍ଥାନରେ ବଜ୍ରପାତ ସହ ୪୦ରୁ ୫୦ କିମି ବେଗରେ ପବନ ଆଶଙ୍କା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି